Posted inଜାତୀୟ

୪ ସପ୍ତାହରେ ଅଯୋଧ୍ୟା ରାୟ: ସିଜେଆଇ କହିଲେ,ଚମତ୍କାର ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୨୭।୯(ପି.ଟି.):ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ମାମଲାର ଶୁଣାଣି ଯେକୌଣସି ପ୍ରକାରେ ଅକ୍ଟୋବର ୧୮ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ ଉଭୟ ହିନ୍ଦୁ ଓ ମୁସଲମାନ ପକ୍ଷର ଓକିଲମାନଙ୍କୁ କହିଛନ୍ତି। ଯଦି ଆସନ୍ତା ୪ ସପ୍ତାହ ମଧ୍ୟରେ ଆମେ ଅଯୋଧ୍ୟା ମାମଲାର ରାୟ ପ୍ରକାଶ କରିପାରିବା ତେବେ ଏହା ଚମତ୍କାରୀ (ମିରାକଲ୍‌) ହେବ ବୋଲି ସେ କହିଛନ୍ତି।
ସିଜେଆଇଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ସାମ୍ବିଧାନିକ ପୀଠ ଅଯୋଧ୍ୟା ଜମି ବିବାଦ ମାମଲାର ଦୈନନ୍ଦିନ ଶୁଣାଣି କରୁଛନ୍ତି। ଅଯୋଧ୍ୟାର ୨.୭୭ ଏକର ଜମିର ମାଲିକାନାକୁ ନେଇ ହିନ୍ଦୁ ଓ ମୁସଲମାନ ସଂଗଠନ ମଧ୍ୟରେ ଦୀର୍ଘବର୍ଷ ହେଲା ବିବାଦ ରହିଆସିଛି। ଅଦାଲତ ଅଧିକାଂଶ ଯୁକ୍ତି ଅକ୍ଟୋବର ୪ ସୁଦ୍ଧା ଏବଂ ସମ୍ପୂର୍ଣ୍ଣ ଶୁଣାଣି ଅକ୍ଟୋବର ୧୪ରେ ଶେଷ କରିବାକୁ ଲକ୍ଷ୍ୟ ରଖିଥିତ୍ବାବେଳେ ୧୮ ତାରିଖକୁ ଚୂଡ଼ାନ୍ତ ସମୟସୀମା ଧାର୍ଯ୍ୟ କରିଛନ୍ତି।
ଅଯୋଧ୍ୟା ଜମି ଦୁର୍ନୀତି ମାମଲାରେ ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ)ର ୨୦୦୩ ରିପୋର୍ଟକୁ ନେଇ ପ୍ରଶ୍ନ ଉଠାଇଥିବା ମୁସ୍‌ଲିମ ପକ୍ଷ ସୁପ୍ରିମକୋର୍ଟଙ୍କ ସମୟ ବରବାଦ କରିଥିବାରୁ ଏଥିପାଇଁ କ୍ଷମା ମାଗିଛନ୍ତି। ଏହି ମାମଲାରେ ଏଏସ୍‌ଆଇର କର୍ତ୍ତୃତ୍ୱକୁ ନେଇ ପ୍ରଶ୍ନ କରିବା ସେମାନେ ଚାହାନ୍ତି ନାହିଁ ବୋଲି ମୁସଲମାନ ପକ୍ଷର ଓକିଲ ରାଜୀବ ଧାଓ୍ବନ ସାମ୍ବିଧାନିକ ପୀଠଙ୍କୁ କହିଥିଲେ। ଯଦି ଏଥିପାଇଁ ମାନ୍ୟବର ଅଦାଲତଙ୍କ ସମୟ ବରବାଦ ହୋଇଥାଏ ତେବେ ସେଥିପାଇଁ ଆମେ କ୍ଷମା ମାଗୁଛୁ ବୋଲି ଧାଓ୍ବନ କହିଥିଲେ। ସୂଚନାଯୋଗ୍ୟ ବୁଧବାର ମୁସଲମାନ ପକ୍ଷର ବରିଷ୍ଠ ଆଇନଜୀବୀ ମୀନାକ୍ଷୀ ଆରୋରା ଏଏସ୍‌ଆଇ ରିପୋର୍ଟକୁ ନେଇ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri