୪ ସରକାରୀ ଅଧିକାରୀ ବହିଷ୍କୃତ

ଭୁବନେଶ୍ୱର, ୧୧ା୧ (ବ୍ୟୁରୋ): ରାଜ୍ୟ ସରକାର ୪ ଜଣ ସରକାରୀ କର୍ମଚାରୀଙ୍କୁ ସେମାନଙ୍କ ଚାକିରିରୁ ବହିଷ୍କାର କରିଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି-ଯାଜପୁର ଜିଲା ଦଶରଥପୁର ବ୍ଲକରେ ଜଳସମ୍ପଦ ବିଭାଗରେ କାର୍ଯ୍ୟରତ ଏଇଇ ସଞ୍ଜୟ କୁମାର ଚୌଧୁରୀ। ବାଲେଶ୍ୱର ଜିଲାର ଜିଲା ଶିଳ୍ପ କେନ୍ଦ୍ରର ଜିଏମ୍‌ ତଥା ଏକ୍ସ ସୁପରଭାଇଜର(ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ)ର ପ୍ରଦୀପ କୁମାର ରାୟ, କଟକ ଜିଲା ବାଙ୍କୀ ବ୍ଲକର ପୂର୍ବତନ ଯନ୍ତ୍ରୀ ବିଜ୍ଞାନ କୁମାର ବେହୁରିଆ ଏବଂ ନିମାପଡା ବିଜ୍ଞାପିତ ପରିଷଦ ଏକ୍ସ ଜେଇ(ପିଏଚ୍‌) ତଥା ରାୟଗଡାରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗରେ କାର୍ଯ୍ୟରତ ଅମିୟ କୁମାର ସେଠୀ। ସେହିଭଳି ୨ ଜଣ ଅଧିକାରୀଙ୍କୁ ସରକାରୀ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସେମାନେ ହେଉଛନ୍ତି- ବରଗଡ ଜିଲା ଆରଡବ୍ଲ୍ୟୁ ଏସ୍‌ଏସ୍‌ ଡିଭିଜନ୍‌ର ସହାୟକ ଯନ୍ତ୍ରୀ ନାରାୟଣ ତିଆଡି ଏବଂ ଦୀର୍ଘଦିନ ଧରି କାର୍ଯ୍ୟରେ ଅନୁପସ୍ଥିତ ଥିବା ସହାୟକ ଯନ୍ତ୍ରୀ ଜ୍ଞାନେନ୍ଦ୍ର ପଟେଲକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଓଡ଼ିଶା ପ୍ରଶାସନରେ ସ୍ବଚ୍ଛତା ଆଣିବା ପାଇଁ ବିଭିନ୍ନ ଅଭିଯୋଗ ଆଧାରରେ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଦତ୍ତ ୫-ଟି ମନ୍ତ୍ର ପ୍ରଭାବ ଏହା ଉପରେ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri