Posted inଖେଳ

୪ ସହରରେ ଖେଳାଯିବ ପିଏସଏଲ୍‌

ଇସଲାମବାଦ,୩।୧(ଏ.ପି.)- ବିଦେଶୀ ଦଳକୁ ଦେଶକୁ ଆମନ୍ତ୍ରଣ କରିବା ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଆଉ ଏକ ପଦକ୍ଷେପ ନେଇଛି। ଦେଶକୁ ସୁରକ୍ଷିତ ଦର୍ଶାଇବା ଲାଗି ଚଳିତବର୍ଷର ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ)ର ସମସ୍ତ ମ୍ୟାଚ୍‌ ଦେଶର ୪ଟି ସହରରେ ଖେଳାଯିବ ବୋଲି ପିସିବି ଘୋଷଣା କରିଛି। ଫେବୃୟାରୀ ୨୦ ତାରିଖରୁ ଆରମ୍ଭ ହେବାକୁ ଥିବା ଲିଗ୍‌ର ସମସ୍ତ ୩୪ ମ୍ୟାଚ୍‌ କରାଚୀ, ଲାହୋର, ରାଓ୍ବଲପିଣ୍ଡି ଓ ମୁଲତାନଠାରେ ଖେଳାଯିବ। ଲାହୋରଠାରେ ଫାଇନାଲ ସମେତ ୧୪ ମ୍ୟାଚ୍‌ ଅନୁଷ୍ଠିତ ହେବ। ୨୦୧୬ ପିଏସ୍‌ଏଲ ପ୍ରଥମ ସଂସ୍କରଣ ୟୁଏଇରେ ଖେଳାଯାଇଥିଲା। ପରବର୍ତ୍ତୀ ସଂସ୍କରଣ(୨୦୧୭)ର କେବଳ ଫାଇନାଲ ମ୍ୟାଚ୍‌ ପାକିସ୍ତାନରେ ଅନୁଷ୍ଠିତ ହୋଇଥିଲା। ୨୦୧୮ରେ ଦେଶରେ ୪ ନକଆଉଟ୍‌ ମ୍ୟାଚ୍‌ ଆୟୋଜନ ହୋଇଥିଲା ଓ ବଳକା ୟୁଏଇରେ ଖେଳାଯାଇଥିଲା। ଗତବର୍ଷ କରାଚୀ ୮ ମ୍ୟାଚ୍‌ ଆୟୋଜନ କରିଥିଲା। ମୋଟ ୩୬ ବିଦେଶୀ ଖେଳାଳି ଏଥର ଖେଳିବେ। ତାଲିକାରେ ଜାସନ ରୟ(ଇଂଲଣ୍ଡ), ଡେଲ ଷ୍ଟେଇନ(ଦକ୍ଷିଣ ଆଫ୍ରିକା), ଲିଣ୍ଡଲେ ସିମନ୍ସ(ଓ୍ବେଷ୍ଟଇଣ୍ଡିଜ)ଙ୍କ ଭଳି ଷ୍ଟାର ରହିଛନ୍ତି। ଉଲ୍ଲେଖଥାଉ, ୨୦୦୯ରେ ଶ୍ରୀଲଙ୍କା କ୍ରିକେଟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ପରେ କୌଣସି ବିଦେଶୀ ଦଳ ପାକିସ୍ତାନ ଗସ୍ତ କରିବାକୁ ରାଜି ନ ଥିଲେ। ଉକ୍ତ ଘଟଣାରେ ଶ୍ରୀଲଙ୍କା ଦଳର ଅଫିସିଆଲ ଆହତ ହୋଇଥିବାବେଳେ ୮ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ବିଦେଶୀ ଦଳମାନଙ୍କ ବିଶ୍ୱାସ ଜିତିବା ପାଇଁ ପାକିସ୍ତାନ ବାରମ୍ବାର ପ୍ରୟାସ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri