୫ଜଣଙ୍କୁ ନୃତ୍ୟାୟନା ଗୌରବ ସମ୍ମାନ

ଭୁବନେଶ୍ୱର, ୧୫।୭(ବ୍ୟୁରୋ) : ଓଡ଼ିଶୀ ନୃତ୍ୟ କାର୍ଯ୍ୟକ୍ରମ ‘ନୃତ୍ୟାୟନା’ ରବିବାର ଭୁବନେଶ୍ୱରସ୍ଥିତ ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଏସିପି ବିଷ୍ଣୁ ମୋହନ ପାତ୍ର ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ନୃତ୍ୟଗୁରୁ ଶରତଚନ୍ଦ୍ର ଦାସ, ଗୁରୁ ସୁହାଗ ନଳିନୀ ଦାସ, ସାମାଜିକ କର୍ମୀ ସସ୍ମିତା ଦାସ, ଓଡ଼ିଶା ସମାଜସେବୀ ମହାସଂଘର ରାଜ୍ୟ ସଭାପତି ନାରାୟଣ ଚନ୍ଦ୍ର ଓଝା ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ୫ଜଣ ବ୍ୟକ୍ତିଙ୍କୁ ନୃତ୍ୟାୟନା ଗୌରବ ସମ୍ମାନ ୨୦୧୯ରେ ସମ୍ମାନିତ କରାଯାଇଥିଲା। ସେମାନେ ହେଲେ ନୟାଗଡ଼ ଜିଲା ଭାପୁର ତହସିଲଦାର ଡ. ସୁନିତା ଜେନା, ମାହାରୀ ନୃତ୍ୟଗୁରୁ ଚନ୍ଦ୍ରିକା ରଣା, ଯୁବ ଖବରଦାତା ସତ୍ୟନାରାୟଣ ରାଉତରାୟ, ଯୁବ ସାମାଜିକ କର୍ମୀ ବିନ୍ଦାସ ଚିନୁ ଏବଂ ଚଳଚ୍ଚିତ୍ର ଓ ଧାରାବାହିକ ଅଭିନେତ୍ରୀ ସବିତାମଞ୍ଜରୀ ସାହୁ। ଏହି ଅବସରରେ ନୃତ୍ୟାୟନା ଅନୁଷ୍ଠାନର ୭୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଓଡ଼ିଶୀ ନୃତ୍ୟ ପ୍ରଦର୍ଶନ କରିଥିଲେ। ଉତ୍କଳର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରାକୁ ଉଜ୍ଜୀବିତ ରଖିବା ଲକ୍ଷ୍ୟ ନେଇ ଏହି ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ପ୍ରତିଷ୍ଠା କରାଯାଇଛି। ଏଠାରେ ଶତାଧିକ ଛାତ୍ରୀଛାତ୍ର ଓଡ଼ିଶୀ ନୃତ୍ୟ ଶିକ୍ଷା ନେଉଛନ୍ତି ବୋଲି ନୃତ୍ୟଗୁରୁ ସୁନିତା ମହାରଣା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri