୫-ଟି ସଚିବଙ୍କ ରାୟଗଡ଼ା ଗସ୍ତ: ରୋଗୀଙ୍କ ସମସ୍ୟା ପଚାରି ବୁଝିଲେ, ଡାଇଲୋସିସ୍‌ ୱାର୍ଡ କାନ୍ଥ ନଷ୍ଟ ନେଇ ବିରକ୍ତି

ରାୟଗଡ଼ା ଅଫିସ ,୧୦ା୯- ୫-ଟି ସଚିବ ଭି.କେ ପାଣ୍ଡିଆନ ଗୁରୁବାର ରାୟଗଡ଼ା ଗସ୍ତ କରିଛନ୍ତିି । ସେ କଳାହାଣ୍ଡିରୁ ଏକ ହେଲିକେପ୍ଟର ଯୋଗେ ଆସି ରାୟଗଡ଼ାର ଡ଼ିସିଡ଼ି ଖେଳପଡ଼ିଆରେ ଓହ୍ଲାଇଥିଲେ। ତାଙ୍କ ସହ ଜାତୀୟ ଗ୍ରାମୀଣ ମିଶନର ପରିଚାଳନା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏବଂ ମୁଖ୍ୟମନ୍ତ୍ରୀଙ୍କ ଅଫିସର ମୁଖ୍ୟ ଉପଦେଷ୍ଟା ବା ସଚିବ ଆର ବାଲ କ୍ରିଷ୍ଣା ଗସ୍ତ କରିଛନ୍ତି। ସେ ଜିଲା ମୁଖ୍ୟଚିକିତ୍ସାଳୟକୁ ଯାଇ ବିଭିନ୍ନ ୱାର୍ଡ଼ ବୁଲି ଦେଖିଥିଲେ। ପରେ ରୋଗୀ ଓ ସମ୍ପର୍କୀୟଙ୍କୁ ସୁବିଧା ଅସୁବିଧା ପଚାରି ବୁଝିଥିଲେ। ରୋଗୀ ସେବା ନେଇ ଡାକ୍ତରଙ୍କ ସହ ଆଲୋଚନା ମଧ୍ୟ କରିଥିଲେ। ପାଣ୍ଡିୟାନ ଡାଇଲୋସିସ୍‌ ୱାର୍ଡକୁ ଯାଇ କିଡ଼ନୀ ରୋଗୀଙ୍କ ସମସ୍ୟା ବୁଝିଥିଲେ। ଏହି ୱାର୍ଡର କାନ୍ଥ ବର୍ଷା ପାଣିରେ ନଷ୍ଟ ହୋଇଯାଇଥିବା ଦେଖି ବିରକ୍ତି ପ୍ରକାଶ କରିଥିଲେ।ତୁରନ୍ତ ମରାମତି କରିବାକୁ କହିଥିଲେ। ଚିକିତ୍ସାଳୟକୁ ସଫାସୁତୁରା ରଖିବା ସହ ଆବଶ୍ୟକ ଯନ୍ତ୍ରପାତିର ଉପଯୋଗ କରିବା, ଡାକ୍ତର ପଦବୀ ପୂରଣ, ଲୋକେ ଯେପରି ଦଲାଲ ଶୀକାର ନ ହେବେ ସେ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ମୋ ସରକାର ଯୋଜନା ତୃଣମୂଳ ସ୍ତରରେ କିପରି କାର୍ଯ୍ୟ କରୁଛି ତାହାର ଯାଞ୍ଚ କରିଥିଲେ। ପଶାସନକୁ ଅଧିକ ଉତ୍ତରଦାୟୀ, ଲୋକାଭୀମୁଖୀ ଏବଂ ଦାୟିତ୍ୱବାନ ହେବାକୁ କହିଥିଲେ। ୫-ଟି ସଚିବଙ୍କ ଗସ୍ତ ସମୟରେ ଜିଲାପାଳ ପ୍ରମୋଦ କୁମାର ବେହେରା, ଆରକ୍ଷୀ ଅଧୀକ୍ଷକ ଡ. ଶ୍ରବଣ ବିବେକ ଏମ୍‌ , ସିଡିଏମଓ ଆର୍ତ୍ତବନ୍ଧୁ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏନେଇ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ

ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍‌’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍‌ବୋଟ୍‌ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା…

ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ

ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

ନେପାଳରେ ପୁଣି ଜେନ୍‌ ଜି ବିକ୍ଷୋଭ

କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍‌ଦାର ବିକ୍ଷୋଭ ହୋଇଛି। ଶତାଧିକ…

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri