୫ଦିନରେ ଦୋକାନ ବନ୍ଦ ପାଇଁ ପ୍ରତିଶ୍ରୁତି

ହାତିଓଟ,୯ା୭-ପୋଲସରା ବ୍ଲକ ଜକର ପଞ୍ଚାୟତ ଜକର ଗ୍ରାମରେ ଚାଲିଥିବା ମଦବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ଶନିବାର ୨୭ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା ମଦ ବନ୍ଦ ପାଇଁ ପୋଲସରା ବିଡିଓଙ୍କୁ ଲିଖିତ ଅଭିଯୋଗପତ୍ର ପ୍ରଦାନ କରିଥିଲେ। ରବିବାର ଗ୍ରାମର ଗୋପିନାଥ ମନ୍ଦିରଠାରେ ପୁଣି ହଜାର ହଜାର ମହିଳା ଏକତ୍ରିତ ହୋଇ ମଦ ବନ୍ଦ ପାଇଁ ଆଲୋଚନା କରି ସ୍ଥାନିୟ ବିଧାୟକଙ୍କୁ ଭେଟି ସହଯୋଗ କରିବାକୁ ଦାବି କରିଥିଲେ। ସୋମବାର କବିସୂର୍ଯ୍ୟନଗର ଥାନାକୁ ଯାଇ ଭାରପ୍ରାପ୍ତ ଅଧିକାରୀ ତପନ କୁମାର ପତିଙ୍କୁ ଭେଟି ଗ୍ରାମରେ ମଦ ବନ୍ଦ ପାଇଁ ସହଯୋଗ କରିବାକୁ ଅନୁରୋଧ କରିଥିଲେ। ସେଠାରୁ ଯାଇ ଗଞ୍ଜାମ ଜିଲାପାଳଙ୍କୁ ଭେଟି ଦାବିପତ୍ର ଦେଇ ଗଁାକୁ ଫେରିଥିଲେ। ଗଁାରେ ପୋଲିସ ଉପସ୍ଥିତିରେ ପ୍ଲାକାର୍ଡ ଧରି ଶୋଭାଯାତ୍ରା କରିଥିଲେ। ଉତ୍ତ୍ୟକ୍ତ ମହିଳା ମଦ ବିକ୍ରି ହେଉଥିବା ସରକାରୀ ଦୋକାନ ଓ ପଞ୍ଚାୟତ ଅଫିସ୍‌ରେ ତାଲା ପକାଇ ଦେଇଥିଲେ। ଅଘଟଣ ଆଶଙ୍କାରେ ପୋଲିସ ପହଞ୍ଚତ୍ ଗ୍ରାମରେ ମଦ ବିକ୍ରି କରୁଥିବା କେତେଜଣଙ୍କୁ ଥାନାକୁ ଆଣି ପଚରାଉଚରା ଚଳାଇଛି। ପରେ ଆଇଆଇସିଙ୍କ ଉପସ୍ଥିତିରେ ଗ୍ରାମରେ ଏକ ବୈଠକ କରି ସରପଞ୍ଚଙ୍କୁ ବୈଠକସ୍ଥଳକୁ ଡାକିଥିଲେ। ସରପଞ୍ଚ ଅନୁପସ୍ଥିତ ଥିବାରୁ ତାଙ୍କ ପ୍ରତିନିଧି ଶଙ୍କର ସେଠୀ ପହଞ୍ଚତ୍ ୫ଦିନ ମଧ୍ୟରେ ମଦ ବନ୍ଦ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ମହିଳାମାନେ ତାଲା ଖୋଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri