ଜଳେଶ୍ୱର, ୨୨।୧(ସ୍ବ.ପ୍ର.)-ଜଳେଶ୍ୱର ଥାନା ଅନ୍ତର୍ଗତ ମହିଷାମୁଣ୍ଡା ଗ୍ରାମରୁ ଏକ ୫ବର୍ଷର ଶିଶୁକୁ ଜିଲା ଚାଇଲ୍ଡ ଲାଇନ୍ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଥିଲା। ସୋମବାର ସନ୍ଧ୍ୟାରେ ତାଙ୍କୁ ସୋରସ୍ଥିତ ପୁରୁବାଇ କନ୍ୟାଶ୍ରମକୁ ପଠାଇ ଦିଆଯାଇଛି।
ଚମାରଗାଁ ପଞ୍ଚାୟତର ଚାଫଲା ଗ୍ରାମର ଜଣେ ମହିଳା ତାଙ୍କ ସ୍ବାମୀଙ୍କ ମୃତ୍ୟୁ ପରେ ବେସାହାରା ହୋଇପଡ଼ିଥିଲେ। ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ସେ ନିଜର ୫ବର୍ଷର ଝିଅକୁ ଧରି ଜଳେଶ୍ୱରର ବିଭିନ୍ନ ସ୍ଥାନ ବୁଲିଥିଲେ। ଶେଷରେ ଗତ ନଭେମ୍ବରରେ ୬୦ନଂ. ଜାତୀୟ ରାଜପଥରେ ନିଜ ଝିଅକୁ ନନ୍ଦିକା ନିକଟରେ ଛାଡ଼ି ଅନ୍ୟଜଣେ ବ୍ୟକ୍ତିଙ୍କ ସହିତ ଫେରାର ହୋଇଯାଇଥିଲେ। ସେଠାରେ ଦୀର୍ଘ ସମୟ ଧରି ଝିଅଟି କାନ୍ଦୁଥିବା ବେଳେ ଗୋପୀମୋହନପୁର ପଞ୍ଚାୟତର ମହିଷାମୁଁଣ୍ଡା ଗାଁର ଜଣେ ବ୍ୟକ୍ତି ତାଙ୍କୁ ନେଇଯାଇ ଘରେ ରଖିଥିଲେ। ସେ ତାଙ୍କ ଘରେ ବିଭିନ୍ନ କାମରେ ନିୟୋଜିତ କରୁଥିବା ଜାଣି ନିକଟସ୍ଥ ସରସିଦା ଗ୍ରାମରେ ଥିବା ଆନନ୍ଦାୟନ କନ୍ୟାଶ୍ରମର ସମ୍ପାଦିକା କାଞ୍ଚନବାଳା ପରିଡ଼ା ତାଙ୍କୁ ନେବା ପାଇଁ ନିବେଦନ କରିଥିଲେ ା ମାତ୍ର ସେଥିରେ ସେ ଅମଙ୍ଗ ହେବାରୁ ଜଳେଶ୍ୱର ପୋଲିସର ଆଶ୍ରୟ ନିଆଯାଇଥିଲା। ମାତ୍ର ସେଥିରେ ବିଫଳ ହେବାରୁ କନ୍ୟାଶ୍ରମର ସମ୍ପାଦିକା ଚାଇଲ୍ଡଲାଇନ୍କୁ ଜଣାଇବା ପରେ ରବିବାର ସନ୍ଧ୍ୟାରେ ବାଲେଶ୍ୱର ଚାଇଲ୍ଡଲାଇନ ନିର୍ଦ୍ଦେଶରେ ବାଲିଆପାଳ ଚାଇଲ୍ଡଲାଇନର କ୍ରିଷ୍ଣା ଅଣ୍ଡିଆ ଜଳେଶ୍ୱର ପୋଲିସ ସହାୟତାରେ ଝିଅକୁ ଉଦ୍ଧାର କରିଥିଲେ। ସୋମବାର ଜିଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ଭାଗିରଥି ବାରିକ, ସଭ୍ୟ ଗଣେଶ୍ୱର ରାଉତ, ଆଶିଷ ଘୋଷ, ପଦ୍ମଲୋଚନ ଦତ୍ତ ଓ ଗୌରରାଣୀ ଉପାଧ୍ୟାୟ ପ୍ରମୁଖଙ୍କ ନିକଟରେ ହାଜର କରାଯାଇଥିଲା। ପରେ ଶିଶୁକୁ ସୋର ପୁରୁବାଈସ୍ଥିତ କନ୍ୟାଶ୍ରମକୁ ପଠାଇ ଦିଆଯାଇଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ
ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…
ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍ ଭାଙ୍ଗିଲେ…
ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…
ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ
ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…
ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..
ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…
ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର
ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…
ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ
ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…
ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ
ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…
ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…
ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…
Archives

