୫ହଜାର ଲାଞ୍ଚ: ସେକ୍ସନ ଅଫିସର ଗିରଫ

କଟକ ଅଫିସ,୨୨ା୧୧:  ଭୁବନେଶ୍ୱର ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶାଳୟର ସେକ୍ସନ ଅଫିସର ଗୀତା ଖାଡିଆ ୫ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଗୁରୁବାର ଏହି ଲାଞ୍ଚ ସୀମାଞ୍ଚଳ ନାୟକଙ୍କଠାରୁ ଗ୍ରହଣ କରୁଥିଲେ। ସୀମାଞ୍ଚଳ ଉକ୍ତ କାର୍ଯ୍ୟାଳୟରେ ପୂର୍ବରୁ ପ୍ରୋଜେକ୍ଟ ଡାଇରେକ୍ଟର ଭାବେ କାର୍ଯ୍ୟ କରିଥିଲେ। ଏବେ ସେ ଅବସରପ୍ରାପ୍ତ। ପେନ୍‌ସନ୍‌ ସମ୍ପର୍କିତ କାଗଜପତ୍ର କାମ କରିବା ପାଇଁ ଗୀତା ଏହି ଲାଞ୍ଚ ଦାବି କରିଥିଲେ। ଏପରି କି ଲାଞ୍ଚ ନ ଦେଲେ ସରକାରୀ ସ୍ତରରେ ଉକ୍ତ କାର୍ଯ୍ୟ କରିବାରେ ସେ ବାଧା ସୃଷ୍ଟି କରିବେ ବୋଲି ଫୋନ ଯୋଗେ କହିଥିଲେ। ଏ ସମ୍ପର୍କରେ ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା। ଗୁରୁବାର ଗୀତା ଭୁବନେଶ୍ୱରର କୃଷି ଭବନ ପଛ ଗେଟ୍‌ ନିକଟରେ ସୀମାଞ୍ଚଳଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ କାବୁ କରିଥିଲେ। ଏପରି କି ଲାଞ୍ଚ ଟଙ୍କା ତାଙ୍କ ନିକଟରୁ ଜବତ କରାଯାଇଥିଲା। ଏହାପରେ ଭୁବନେଶ୍ୱରଠାରେ ଥିବା ତାଙ୍କ ଆବାସିକ ସରକାରୀ କ୍ବାର୍ଟରକୁ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଏ ସମ୍ପର୍କରେ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏକ ମାମଲା(ନଂ.୫୯/୨୦୧୯) ରୁଜୁ କରାଯାଇ ଗୀତାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri