ସମ୍‌ରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ: ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୪(ବ୍ୟୁରୋ): ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସୋମବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ ସମ୍‌ରେ କୋଭିଡ-୧୯ ହସ୍ପିଟାଲର ଉଦ୍‌ଘାଟନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଓ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ଅବସରରେ ଉପସ୍ଥିତ ଥିଲେ। ଆଇଏମ୍‌ଏସ୍‌ ଓ ସମ୍‌ର ମିଳିତ ଉଦ୍ୟମରେ ପ୍ରସ୍ତୁତ ଏହି କୋଭିଡ-୧୯ ହସ୍ପିଟାଲରେ ୫୦୦ ରୋଗୀଙ୍କ ନିମନ୍ତେ ଶଯ୍ୟାର ବ୍ୟବସ୍ଥା କରାଯାଇଛି। ଏଥି ସହିତ ୨୫ଟି ଆଇସିୟୁ ବେଡ୍‌ ରହିଛି। ସୂଚନାଯୋଗ୍ୟ, ଏହି ଚୁକ୍ତି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ, ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ (ଏମ୍‌ସିଏଲ୍‌)ର ପ୍ରତିନିଧି ଏସ୍‌ ଏସ୍‌ ପଣ୍ଡା ଏବଂ ଆଇଏମ୍‌ଏସ୍‌ ଓ ସମ୍‌ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାରଙ୍କ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ ହୋଇଥିଲା। ଏହି ସ୍ବତନ୍ତ୍ର ହସ୍ପିଟାଲ କେବଳ ବିପଜ୍ଜନକ ସ୍ଥିତିରେ ଥିବା ଲୋକଙ୍କୁ ଚିକିତ୍ସା କରିବା ପାଇଁ ଉଦ୍ଦିଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri