୫୦ ଫୁଟ ଉପରୁ ଖସି ଶ୍ରମିକ ମୃତ

ପରଜଙ୍ଗ, ୧୪।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇସ୍ଥିତ ଜିଏମ୍‌ ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀରେ ଗୁରୁବାର ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପୀନାଥ ମଣ୍ଡଳ। ତାଙ୍କ ଘର ପଶ୍ଚିମବଙ୍ଗ ରାଜ୍ୟ ଦକ୍ଷିଣ ଚବିଶ ପ୍ରଗଣା ଅଧୀନ ରାଇତଲା ଗ୍ରାମରେ। ସେ ଏକ ଠିକାସଂସ୍ଥା ଅଧୀନରେ କାର୍ଯ୍ୟ କରୁଥିଲେ। ମଧ୍ୟାହ୍ନରେ ସିସିଏମ୍‌ ସାଇଡିଂ ଏରିଆର ୫୦ଫୁଟ ଉପରେ ଚଢ଼ି ଆଜବେଷ୍ଟସ୍‌ ଖୋଲୁଥିବାବେଳେ ଗୋପୀନାଥ ଖସିପଡ଼ିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ବିନା ସୁରକ୍ଷା ଉପକରଣରେ କାମ କରୁଥିବାରୁ ଏପରି ଦୁର୍ଘଟଣା ଘଟିଥିବା କେତେଜଣ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।
ଅନ୍ୟପଟେ କମ୍ପାନୀ କର୍ତ୍ତୃପକ୍ଷ ଦୁର୍ଘଟଣା ସମ୍ପର୍କରେ ପୋଲିସକୁ ଅବଗତ କରାଇ ନ ଥିଲେ। ଏପରି କି ମୃତଦେହକୁ ପଲିଥିନରେ ବାନ୍ଧି ଧଳା କପଡ଼ା ଢାଙ୍କି ଏକ ଗାଡ଼ି (ନଂ. ଡବ୍ଲ୍ୟୁବି ୦୨ ଏଜି ୪୯୩୧)ରେ ପ୍ଲାଣ୍ଟରୁ କାମାକ୍ଷାନଗର ଆଡ଼କୁ ଧରି ପଳାଉଥିଲେ। ସୂଚନା ପାଇ ପୋଲିସ ରାସ୍ତାରେ ଗାଡ଼ି ଅଟକାଇ ମୃତଦେହ ଜବତ କରିଥିଲା। ଏହାପରେ ମୃତ ଶରୀରକୁ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ଗୋପୀନାଥଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ପୋଲିସ ନିଜ ଆଡୁ ଏକ ମାମଲା (ନଂ.୩୦/୨୦) ରୁଜୁ କରି ତଦନ୍ତ ଆରମ୍ଭ କରିଛି। କମ୍ପାନୀର କେତେଜଣ କର୍ମଚାରୀଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି। ଥାନାଧିକାରୀ ସନ୍ତୋଷ କୁମାର ପ୍ରଧାନଙ୍କ ନେତୃତ୍ୱରେ ଦଦରାଘାଟି ଫାଣ୍ଡି ଅଧିକାରୀ ସମରଜିତ୍‌ ନାୟକ, ସରାଙ୍ଗ ଫାଣ୍ଡି ଅଧିକାରୀ ଦାମୋଦର ସାହୁ ସଦଳବଳ ପ୍ଲାଣ୍ଟରେ ତଦନ୍ତ କରିଛନ୍ତି। ଶୁକ୍ରବାର ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ତଦନ୍ତ କରିବା ପରେ ମୃତଦେହ ବ୍ୟବଚ୍ଛେଦ ହେବ ବୋଲି ଥାନାଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପଟେ ଦୁର୍ଘଟଣା ସମ୍ପର୍କରେ କମ୍ପାନୀ ଅଧିକାରୀଙ୍କ ମତାମତ ମିଳିପାରିନାହିଁ। ତେବେ କମ୍ପାନୀର ପଦସ୍ଥ ଅଧିକାରୀଙ୍କ କହିବା ଅନୁଯାୟୀ ଅଧସ୍ତନ କର୍ମଚାରୀମାନେ ଶ୍ରମିକଙ୍କ ମୃତଦେହ ତାଙ୍କ ଗଁାକୁ ନେଉଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଜେଜେଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri