Posted inଖେଳ

୫୦ ଲକ୍ଷ ଟଙ୍କାର ଚାଉଳ ଦାନ କଲେ ଗାଙ୍ଗୁଲି

କୋଲକାତା, ୨୬।୩ (ପି.ଟି.)- ମହାମାରୀ ରୂପ ନେଇ ସାରିଥିବା ପ୍ରାଣଘାତୀ କରୋନା ଭାଇରସ୍‌ର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀ ପୁରା ଭାରତକୁ ୨୧ ଦିନ ପାଇଁ ଲକ୍‌ ଡାଉନ୍‌ କରିଦେଇଛନ୍ତି। ଏଭଳି ଏକ ଘଡ଼ସନ୍ଧି ମୁହୂର୍ତ୍ତରେ ପ୍ରଭାବିତ ହୋଇଥିବା ଲୋକଙ୍କ ସହାୟତା ପାଇଁ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଆଗେଇ ଆସିଛନ୍ତି। ଗାଙ୍ଗୁଲି ଏହି ଅବସରରେ ୫୦ ଲକ୍ଷ ଟଙ୍କାର ଚାଉଳ ପ୍ରଭାବିତ ଲୋକଙ୍କ ଉଦ୍ଦେଶ୍ୟରେ ଦାନ କରିଛନ୍ତି। ପ୍ରଭାବିତ ଲୋକ ଯେଉଁମାନେ କି ସୁରକ୍ଷିତ ରହିବା ପାଇଁ ପଶ୍ଚିମବଙ୍ଗର ସରକାରୀ ସ୍କୁଲରେ ଆଶ୍ରୟ ନେଇଛନ୍ତି ସେମାନଙ୍କୁ ଲାଲ୍‌ ବାବା ରାଇସ୍‌ ଓ ଗାଙ୍ଗୁଲି ମିଳିତ ଭାବେ ଏହି ଚାଉଳ ପ୍ରଦାନ କରିଛନ୍ତି। କ୍ରିକେଟ୍‌ ଆସୋସିଏଶନ ଅଫ୍‌ ବେଙ୍ଗଲ (ସିଏବି) ପକ୍ଷରୁ ବୁଧବାର ଏହା କୁହାଯାଇଛି। ‘ଆମ ରାଜ୍ୟର ପ୍ରଭାବିତ ଜନତାଙ୍କ ସେବା ପାଇଁ ଗାଙ୍ଗୁଲିଙ୍କ ଏହି ପ୍ରୟାସ ଅନ୍ୟ ଲୋକମାନଙ୍କୁ ସମାନ ପଦକ୍ଷେପ ନେବା ପାଇଁ ପ୍ରୋତ୍ସାହିତ କରିବ’ ବୋଲି ରାଇସ୍‌ କମ୍ପାନୀ ପକ୍ଷରୁ କୁହାଯାଇଛି।
ସିଏବି ଦେବ ୨୫ ଲକ୍ଷ ଟଙ୍କା-
କରୋନା ଭାଇରସ୍‌ର ମୁକାବିଲା ପାଇଁ କ୍ରିକେଟ୍‌ ଆସୋସିଏଶନ ଅଫ୍‌ ବେଙ୍ଗଲ (ସିଏବି) ଆଗେଇ ଆସିଛି। ପଶ୍ଚିମବଙ୍ଗ ସରକାରଙ୍କୁ ୨୫ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିବା ନେଇ ସିଏବି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ନିଜଆଡ଼ୁ ମଧ୍ୟ ସହାୟତା ପାଇଁ ଆଗେଇ ଆସିବାକୁ ସିଏବି ଅଧ୍ୟକ୍ଷ ଅଭିଷେକ ଡାଲମିୟା ଲୋକଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri