୫୦ ହଜାର ଟଙ୍କାର ଶାଗୁଆନ କାଠ ଜବତ: ୩ ଗିରଫ

ଆନନ୍ଦପୁର,୮।୧୦(ସ୍ବ.ପ୍ର.)- ଆନନ୍ଦପୁର ବନଖଣ୍ଡ ଅଧୀନସ୍ଥ ପୀତାନାଉ ସଂରକ୍ଷିତ ଜଙ୍ଗଲର ବରକନ୍ୟା ଘାଟି ନିକଟରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୫୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ଶାଗୁଆନ କାଠ ଜବତ ହୋଇଛି। ଏହି ଘଟଣାରେ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଆନନ୍ଦପୁର ଥାନା ଅଧୀନ କାଠକଟା ଗ୍ରାମର ରଥ ମହାନ୍ତ, ରମେଶ ମହାନ୍ତ, ମିଲନ୍‌ ମହାନ୍ତ। ଅନ୍ୟ ଜଣେ ଅଭିଯୁକ୍ତ ଚତୁରତରାର ସହ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ପାଇଁ ଡିଏଫଓ ଅଜିତ ଶତପଥୀଙ୍କ ନିର୍ଦ୍ଦେଶକ୍ରମେ ଏସିଏଫ ପ୍ରଫୁଲ୍ଲ କୁମାର ମଲ୍ଲିକ, ହଦଗଡ ରେଞ୍ଜ ଅଫିସର ସୁମୀତ ମହାନ୍ତି, ଫରେଷ୍ଟର ଡମ୍ବରୁଧର ମହାନ୍ତ, ଅନନ୍ତ ଚରଣ ପରିଡା, ଗାର୍ଡ ଲକ୍ଷ୍ମୀଧର କିସ୍କୁ, ବାପୁଜୀ ସାହୁ, ମନ୍ମଥ ସାହୁ ଓ ଜଙ୍ଗଲ ସୁରକ୍ଷା କର୍ମୀଙ୍କ ସହାୟତାରେ ଚଢାଉ ହୋଇଥିଲା। ପଣ୍ଡା ହଳରେ ୩ ଗୋଟି ଶାଗୁଆନ୍‌ ଲଗ୍‌ ଚୋରା ଚାଲାଣ ହେଉଥିବା ସମୟରେ ବନ ବିଭାଗ କର୍ମଚାରୀମାନେ ଚଢାଉ କରିଥିଲେ। ଜବତ ସାମଗ୍ରୀ ମଧ୍ୟରେ ଶାଗୁଆନ ୩ ଟି ଗଣ୍ଡି ରହିଛି। ଯାହାର ମୂଲ୍ୟ ୫୫ ହଜାର ଟଙ୍କା ହେବ।


Enter your email to get our daily news in your inbox.

All Right Reserved By Dharitri.Com

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri