୫୧ ପଳାତକ ବ୍ୟାଙ୍କକୁ ଠକିଛନ୍ତି ୧୭,୯୦୦ କୋଟି

ନୂଆଦିଲ୍ଲୀ, ୪-୧୨: ପଳାତକ ଘୋଷିତ ହୋଇ ଦେଶ ଛାଡିଥିବା ୫୧ ଜଣ ବ୍ୟକ୍ତି ବିଶେଷ ବ୍ୟାଙ୍କଗୁଡିକୁ ୧୭,୯୦୦ କୋଟି ଟଙ୍କାର ଋଣ ଠକେଇ କରିଛନ୍ତି। ରାଜ୍ୟ ସଭାରେ ଅର୍ଥରାଷ୍ଟ୍ର ମନ୍ତ୍ରୀ ଅନୁରାଗ ଠାକୁର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଏହି ମାମଲା ସହ ଜଡିତ ବ୍ୟକ୍ତି ବିଶେଷଙ୍କ ନାମରେ ମୋଟ ୬୬ ମାମଲା ରୁଜୁ ହୋଇଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ରିପୋର୍ଟରୁ ଜଣାପଡିଛି। ଠାକୁର କହିଛନ୍ତି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ଏନ୍‌ପିଏକୁ ଚିହ୍ନଟ କରିବା ସହ ଏହାର ଅସୁଲ ଲାଗି ପଦକ୍ଷେପ ନେଉଛନ୍ତି। ପଳାତକ ମାମଲାଗୁଡିକରେ ସିବିଆଇ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ଧାରା ଜାରି ରଖିଛନ୍ତି। ପଳାତକଙ୍କୁ ଦେଶ ମଧ୍ୟକୁ ଫେରାଇ ଆଣିବା ଲାଗି ୫୧ ପ୍ରତ୍ୟାର୍ପଣ ଅନୁରୋଧ ପତ୍ର ସିବିଆଇ ଅନ୍ୟ ଦେଶକୁ ପଠାଇଛି। ଏହି ମାମଲାଗୁଡ଼ିକ ବିଭିନ୍ନ ସ୍ତରରେ ରହିଛି। ସେହିଭଳି କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ଏବଂ କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ସୀମା ଶୁଳ୍କ ବୋର୍ଡ(ସିବିଆଇସି) ପକ୍ଷରୁ ୬ ପଳାତକଙ୍କ ବିରୋଧରେ ମାମଲା ରିପୋର୍ଟ କରିଥିବା ସେ କହିଛନ୍ତି। ପଳାତକ ଆର୍ଥତ୍କ ଅପରାଧି ଆଇନ-୨୦୧୮ରେ ୧୦ ବ୍ୟକ୍ତି ବିଶେଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଇଡିର ଅନୁରୋଧ କ୍ରମେ ୮ ବ୍ୟକ୍ତିଙ୍କ ବିରୋଧରେ ଇଣ୍ଟରପୋଲ ରେଡ କର୍ନର ନୋଟିସ ଜାରି କରିଥିବା ଠାକୁର ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri