୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ବଢ଼ାଇଛି ସମସ୍ୟା: ପାଉଁଶଗୁଣ୍ଡରେ ଅଣନିଃଶ୍ୱାସୀ

ପରଜଙ୍ଗ, ୨୯।୪(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବ୍ୟବହୃତ ପାଉଁଶଗୁଣ୍ଡ ଚିନ୍ତା ବଢ଼ାଇଛି। ରାସ୍ତା ନିର୍ମାଣକାରୀ ସଂସ୍ଥା ଆଇନକୁ ମାଡ଼ିମକଚି କାମ କରୁଥିବାବେଳେ ଉଡୁଥିବା ବିଷାକ୍ତ ପାଉଁଶରେ ଅଣନିଃଶ୍ୱାସୀ ହୋଇଗଲେଣି ଜନସାଧାରଣ। ପ୍ରଶାସନ ପକ୍ଷରୁ ଏହାର ପ୍ରତିକାର କରାଯାଉ ନ ଥିବାରୁ ପ୍ରଭାବିତ ଅଞ୍ଚଳବାସୀ ଏବଂ ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇବାକୁ ସଜବାଜ ହେଉଛନ୍ତି।
କୁନାଲ ଷ୍ଟ୍ରକ୍‌ଚର ପ୍ରାଇଭେଟ ଲିମିଟେଡ୍‌ ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ କରୁଛି। ପାଉଁଶ ପରିବହନ ଲାଗି ମୁଖ୍ୟତଃ ହାଇଓ୍ବା ବ୍ୟବହାର କରାଯାଉଛି। ପାଉଁଶ ଗୁଣ୍ଡ ପରିବହନ ବେଳେ ଅଧିକାଂଶ ଗାଡ଼ିରେ ପାଲ ବନ୍ଧାଯାଉନାହିଁ। ସାମାନ୍ୟ ପବନରେ ପାଉଁଶ ଗୁଣ୍ଡ ଉଡ଼ି ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଏଥିରେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି ଯାତ୍ରୀ ଏବଂ ବାଇକ୍‌ ଆରୋହୀ। ସେହିପରି ବଜାର ମଧ୍ୟରେ ପାଉଁଶ ପଡୁଥିବାରୁ ବ୍ୟବସାୟୀମାନେ ବେପାର କରିପାରୁନାହାନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ବଜାର ରାସ୍ତାରେ ପାଣି ସିଞ୍ଚନ କରାଯାଉନାହିଁ।
ରାସ୍ତା କାର୍ଯ୍ୟରେ ନିୟୋଜିତ ଅସାଧୁ କର୍ମଚାରୀଙ୍କୁ ହାତକରି କେତେଜଣ ହାଇୱା ଚାଳକ ଡିଜେଲ ବଞ୍ଚାଇବା ଉଦ୍ଦେଶ୍ୟରେ ଠିକଣା ସ୍ଥାନରେ ପାଉଁଶ ନ ପକାଇ ଅନ୍ୟ ସ୍ଥାନରେ ଅନ୍‌ଲୋଡ୍‌ କରୁଛନ୍ତି। ଡିହଡୋଳ-ମହାବିରୋଡ଼ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ପାଉଁଶ ଗଦା କରାଯାଉଛି। କନ୍ତୋର ଗ୍ରାମ ନିକଟ ରେଙ୍ଗାଲି ବାମ କେନାଲ ହୁଡ଼ାରେ ବ୍ୟାପକ ପରିମାଣରେ ପାଉଁଶ ଜମା ହୋଇରହିଛି। ବର୍ଷା ହେଲେ ଉକ୍ତ ପାଉଁଶ କେନାଲରେ ପଶି ପାଣିକୁ ବିଷାକ୍ତ କରୁଛି। ଏଥିସହ କେନାଲ ପୋତି ହୋଇଯିବା ଆଶଙ୍କା ସୃଷ୍ଟି ହୋଇଛି। ଉଡ଼ନ୍ତା ପାଉଁଶ ଜନଜୀବନକୁ ଅତିଷ୍ଠ କରି ରଖିଥିବାବେଳେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ବ୍ୟବସାୟୀ ସଂଘ। ପାଉଁଶ ପରିବହନ ବେଳେ ପାଣି ସିଞ୍ଚନ ନ କଲେ କିମ୍ବା ହାଇଓ୍ବାରେ ପାଲ ନ ବାନ୍ଧିଲେ ଗାଡ଼ି ଛଡ଼ାଯିବନାହିଁ ବୋଲି ବ୍ୟବସାୟୀମାନେ ଚେତାବନୀ ଦେଇଛନ୍ତି।
ଏ ନେଇ ଜଣେ ହାଇଓ୍ବା ଚାଳକ ନାମ ଗୋପନ ରଖି କୁହନ୍ତି, ନିର୍ଦ୍ଧାରିତ ସ୍ଥାନ ପରିବର୍ତ୍ତେ ନିକଟତମ ସ୍ଥାନରେ ପାଉଁଶ ପକାଇଲେ ତେଲ ଖର୍ଚ୍ଚ ବଞ୍ଚତ୍ୟାଉଛି। ଏଥିପାଇଁ ସୁପରଭାଇଜରଙ୍କୁ ଅର୍ଥ ଦେବାକୁ ପଡୁଛି। ବିଳମ୍ବ ହେବା ଆଶଙ୍କା ଥିବାରୁ ପାଲ ବାନ୍ଧୁ ନ ଥିବା ସେ କହିଛନ୍ତି। ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ତ୍ରିଲୋଚନ ମଲ୍ଲିକ କୁହନ୍ତି, କେନାଲ ପାର୍ଶ୍ୱରେ ପାଉଁଶ ଢଳାଯାଉଥିବା ସମ୍ପର୍କରେ କୌଣସି ସୂଚନା ନାହିଁ। କ୍ଷେତ୍ର ପରିଦର୍ଶନ କରି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri