୫୬ନଂ କରୋନା ଆକ୍ରାନ୍ତଙ୍କ ତଥ୍ୟ: ୧୭ଜଣଙ୍କ ସହ କୋଲକାତାରୁ ଯାଜପୁରର ସାଥୀପୁର ଆସିଥିଲେ, ମାଛ ଗାଡ଼ିରେ ପହଞ୍ଚିଥିଲେ ଗଣେଷପୁର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ୫୬ନଂ କରୋନା ଆକ୍ରାନ୍ତ ତଥା ଯାଜପୁରରେ ବ୍ୟକ୍ତିଙ୍କ ଗସ୍ତ ବିଷୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ମାର୍ଚ୍ଚ ୨୮ ତାରିଖରେ ସେ ଏକ ଟାଟା ମ୍ୟାଜିକ୍‌ ଗାଡ଼ିରେ କୋଲକାତା ବାବୁଘାଟରୁ ଆସି ଯାଜପୁରର ସାଥୀପୁରରେ ପହଞ୍ଚିଥିଲେ। ଯାଜପୁର ସଦରର ଏହି ୬୬ ବର୍ଷୀୟ ବ୍ୟକ୍ତିଙ୍କ ସହ ଆଉ ୧୭ଜଣ ଯାତ୍ରୀ ରହିଥିଲେ। ସାଥିପୁରରୁ ଗଣେଷପୁରକୁ ସେ ଏକ ମାଛ ବୋଝେଇ ଗାଡ଼ିରେ ଆସିଥିବା ବେଳେ ଚାଲିଚାଲି ଯାଜପୁର ଟାଉନ୍‌ରେ ପହଞ୍ଚିଥିଲେ। ପରେ ସେ ସାନ ତ୍ରିଲୋଚନପୁରରେ ଥିବା ନିଜ ଘରେ ୨୯ ମାର୍ଚ୍ଚରୁ ୧୩ ଏପ୍ରିଲ ପର୍ଯ୍ୟନ୍ତ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ଏପ୍ରିଲ ୧୩ରେ ହିଁ ତାଙ୍କ ନମୂନା ସଂଗ୍ରହ କରାଯାଇଥିଲା। ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ କଟକରେ ଥିବା ଅଶ୍ୱିନୀ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା କରାଯାଉଥିବା କୁହାଯାଇଛି।

ପ୍ରକାଶ ଯେ, ୫୬ନଂ ଆକ୍ରାନ୍ତଙ୍କ ମିଶାଇଲେ ଯାଜପୁରରେ ଚିହ୍ନଟ ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଛି। ତେବେ ଏହି ଆକ୍ରାନ୍ତ ଜିଲା ଯାଜପୁର ବ୍ଲକ ଜାଫରପୁର ପଞ୍ଚାୟତ ସାନତ୍ରିଲୋଚନପୁର ଗ୍ରାମର। ସେ କରୋନା ପଜିଟିଭ୍‌ ଜଣାପଡ଼ିବା ପରେ ସାନତ୍ରିଲୋଚନପୁର ଓ ନିକଟସ୍ଥ ସଇପୁର ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରାଯାଇଛି।

ତାଙ୍କ ସହ ଥିବା ୧୭ଜଣ ଯାତ୍ରୀଙ୍କ ମଧ୍ୟରୁ ଜିଲାର କୋରେଇ ଓ ପାଣିକୋଇଲି ଅଞ୍ଚଳର ୩ ଜଣ ଏବଂ ମୁକୁନ୍ଦପୁର ଅଞ୍ଚଳର ୫ ଜଣ ଆସିଥିଲେ। ସେମାନଙ୍କ ପରିଚୟ ଜାଣିବାକୁ ପ୍ରକ୍ରିୟା ଚାଲିଛି ବୋଲି ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ପୂର୍ବରୁ ଯାଜପୁର ଜିଲାର ବ୍ରହ୍ମବରଦା ଅଞ୍ଚଳରେ ଜଣେ କରୋନା ଆକ୍ରାନ୍ତ ହୋଇ ସୁସ୍ଥ ହେବା ପରେ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri