ପାଟଣା,୧୮ା୪(ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ଯୋଗୁଁ ସାରା ଦେଶରେ ଲକ୍ ଡାଉନ ଜାରି ରହିଛି। ଏଭଳି ପରିସ୍ଥିତିରେ କଳକାରଖାନା, ନିର୍ମାଣ ଓ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଥିବାରୁ ଖଟିଖିଆ, ଦିନମଜୁରିଆ ଓ ଶ୍ରମିକ ଶ୍ରେଣୀର ଲୋକେ ପ୍ରଭାବିତ ହୋଇଛନ୍ତି। ସେମାନଙ୍କ ଚୁଲି ଜଳିବା କଷ୍ଟକର ହୋଇ ପଡ଼ିଥିବା ବେଳେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଆର୍ଥିକ ସହାୟତା ସେମାନଙ୍କ ଜୀବନରେ ଆଶା ସଂଚାର କରିଛି। କେନ୍ଦୁଝର ଜିଲାରେ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ରାଜ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ତରଫରୁ ମୋଟ ୧୯୯୫୮ ଜଣଙ୍କୁ ୧୫ ଶହ ଟଙ୍କା ଲେଖାଏଁ କରୋନା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଏନେଇ ଜିଲା ଶ୍ରମ ଅଧିକାରୀ ଅଜୟ କୁମାର ପରିଡ଼ା ସୂଚନା ଦେଇଛନ୍ତି। ଅନୁରୂପ ଭାବେ ପାଟଣା ବ୍ଲକର ୨୦ଟି ପଞ୍ଚାୟତର ମୋଟ ୮୩୨୭ ନିର୍ମାଣ ଶ୍ରମିକଙ୍କ ମଧ୍ୟରୁ ୫୬୯୦ ଜଣଙ୍କୁ ୧୫ଶହ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବ୍ଲକ ସମାଜ ମଙ୍ଗଳ ଅଧିକାରୀ ଶୁଭେନ୍ଦୁ ବଳ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, କେନ୍ଦୁଝର View All
ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…
ଭାଜପା ନେତାଙ୍କୁ ଆକ୍ରମଣ
ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…
କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…
ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…
ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ
ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…
ଜଲାପୁଟ ଜଳଭଣ୍ଡାରର ୨ ଗେଟ୍ ଖୋଲିଲା
କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…
ଲଜ୍ରୁ ମିଳିଲା ଦମ୍ପତିଙ୍କ ମୃତଦେହ
କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…
ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍ ଘଟିଲା…
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…
ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

