Posted inଖେଳ

୫୭ ବର୍ଷରେ ଆଝାରୁଦ୍ଦିନ୍‌: ନୌରିନ୍‌ଙ୍କ ପରେ ସଙ୍ଗୀତାଙ୍କ ସହିତ ବି ଘଟିଥିଲା ବିବାହ ବିଛେଦ

ମୁମ୍ବାଇ,୮।୨: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ୍‌ ଶନିବାର ୫୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୩ ଫେବୃୟାରୀ ୮ରେ ହାଇଦ୍ରାବାଦ୍‌ରେ ଜନ୍ମଗ୍ରହଣ କରିଥିଲେ। ସେ ୯୯ ଟେଷ୍ଟ ମ୍ୟାଚ୍‌ ଖେଳି ୧୪୭ ଇନିଂସ୍‌ରେ ୬୨୧୫ ରନ୍‌ ସଂଗ୍ରହ କରିଥିଲେ। ସେଥି ମଧ୍ୟରେ ୨୨ ଶତକ ଏବଂ ୨୧ ଅର୍ଦ୍ଧ ଶତକ ରହିଛି। ସେହିପରି ୩୩୪ ଏକଦିବସୀୟ ମ୍ୟାଚ୍‌ ଖେଳି ୩୦୮ ଇନିଂସ୍‌ରେ ୯୩୭୮ ରନ୍‌ ସଂଗ୍ରହ କରିଥିଲେ। ସେଥି ମଧ୍ୟରୁ ୫୮ ଶତକ ଏବଂ ୭ ଅର୍ଦ୍ଧ ଶତକ ରହିଛି। ୧୯୮୬ରେ ତାଙ୍କୁ ଅର୍ଜୁନ ଏବଂ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ଏହା ସହିତ ୧୯୯୧ରେ ତାଙ୍କୁ ବ୍ରିଜ୍‌ଡମ୍‌ କ୍ରିକେଟର ଅଫ୍‌ ଦି ଇୟର ସମ୍ମାନ ପ୍ରଦାନ କରାଯାଇଥିଲା। କ୍ରିକେଟ ଖେଳପଡ଼ିଆ ଭଳି ଆଝାରୁଦ୍ଦିନ୍‌ଙ୍କ ପାରିବାରିକ ଜୀବନ ମଧ୍ୟ ବେଶ୍‌ ରୋମାଞ୍ଚଭରା। ୧୯୮୭ରେ ସେ ନୌରିନ୍‌ଙ୍କୁ ବିବାହ କରିଥିଲେ। ୧୯୯୬ରେ ଦୁହିଁଙ୍କର ବିବାହ ବିଚ୍ଛେଦ ହୋଇଥିଲା । ଏହାପରେ ୧୯୯୬ରେ ସେ ବଲିଉଡ୍‌ ଅଭିନେତ୍ରୀ ସଙ୍ଗୀତା ବିଜଲାନୀଙ୍କୁ ବିବାହ କରିଥିଲେ। ସଙ୍ଗୀତାଙ୍କ ସହିତ ୨୦୧୦ରେ ତାଙ୍କର ବିବାହ ବିଚ୍ଛେଦ ଘଟିଥିଲା । ଦୁଇଥର ବିବାହ କରି ମଧ୍ୟ ତାଙ୍କର ପାରିବାରିକ ଜୀବନ ସଫଳ ହୋଇପାରି ନ ଥିଲା। ଏହାପରେ ମଡେଲ ଜ୍ୱାଲା ଗୁଟ୍ଟାଙ୍କ ସହିତ ତାଙ୍କର ପ୍ରେମ ସମ୍ପର୍କ ନେଇ ଚର୍ଚ୍ଚା ହୋଇଥିଲା । ଆଝାରୁଦ୍ଦିନ୍‌ ୨୦୦୦ରେ ମ୍ୟାଚ୍‌ ଫିକ୍ସିଂ ମାମଲାରେ ଜଡିତ ହୋଇଥିଲେ। ୨୦୧୨ରେ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ତାଙ୍କ ସପକ୍ଷରେ ରାୟ ହେଇଥିଲେ। ୨୦୦୯ ଫେବୃୟାରୀ ୧୯ରେ ସେ କଂଗ୍ରେସରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri