୫୭ ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଇଲା ପ୍ରଶାସନ

ମାଲକାନଗିରି,୧୭ା୫(ଡି.ଏନ୍‌.ଏ.)-ଝାଡ଼ଖଣ୍ଡ,ପଶ୍ଚିମବଙ୍ଗ ଓ ବିହାରକୁ ୫୭ଜଣ ଶ୍ରମିକ ସାଇକେଲ ଯୋଗେ ଯାଉଥିବା ଜିଲା ପ୍ରଶାସନ ନଜରକୁ ଆସିବା ପରେ ସେମାନଙ୍କୁ ରବିବାର ଏକ ସ୍ବତନ୍ତ୍ର ବସ୍‌ ଯୋଗେ ନିଜ ରାଜ୍ୟକୁ ପଠାଯାଇଛି। ହାଇଦ୍ରାବାଦରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଏହି ୩ ରାଜ୍ୟର ଶ୍ରମିକମାନେ ହାଇଦ୍ରାବାଦରୁ ନିଜ ରାଜ୍ୟକୁ ଫେରୁଥିଲେ। ସେମାନଙ୍କୁ ସୀମାନ୍ତ ମୋଟୁଠାରେ ଅଟକାଇ ଖାଦ୍ୟପେୟ ସହ ସ୍ବାସ୍ଥ୍ୟ ପରୀକ୍ଷା ବ୍ୟବସ୍ଥା କରାଯାଇଥିଲା। ପରେ ସେମାନଙ୍କୁ ମାଲକାନଗିରି ଅଣାଯାଇଥିଲା। ମାଲକାନଗିରି ଜିଲାରେ ଥିବା ପଶ୍ଚିମବଙ୍ଗର ୯ ଜଣ ଶ୍ରମିକଙ୍କ ସହ ଏମାନଙ୍କୁ ଦୁଇଟି ବସ୍‌ ଯୋଗେ ନିଜ ରାଜ୍ୟକୁ ପଠାଯାଇଛି ା ଏହି ସମୟରେ ପିଡି ବାଳମୁକୁନ୍ଦ ଭୂୟଁା, ତହସିଲଦାର ଡ. ଗୁଣନିଧି ନାୟକ, ନିର୍ବାହୀଯନ୍ତ୍ରୀ ଏ. ବାରାପ୍ରସାଦ ରାଓ, ଜିଲା ଶ୍ରମ ଅଧିକାରୀ ମଦନମୋହନ ପାଇକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri