୫୮ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ସେବା ଦେଇଛି ରେଳପଥ

ନୂଆଦିଲ୍ଲୀ,୭।୬: କରୋନା ସଂକ୍ରମଣ ଜନିତ ସମସ୍ୟା ଓ ଲକଡାଉନ କାରଣରୁ ବିଭିନ୍ନ ରାଜ୍ୟରେ ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କର ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବା ପାଇଁ ଉଭୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଓ ସୁପ୍ରିମ୍‌କୋର୍ଟ ରେଳମନ୍ତ୍ରଣାଳୟକୁ ଅବଗତ କରାଇଥିଲେ। ରେଳମନ୍ତ୍ରଣାଳୟ ବିଭିନ୍ନ ରାଜ୍ୟରେ ଫସିରହିଥିବା ପ୍ରବାସୀଙ୍କୁ ଶ୍ରମିକ ସ୍ବତନ୍ତ୍ର ଟ୍ରେନ ମାଧ୍ୟମରେ ପଠାଇବାରେ ବ୍ୟବସ୍ଥା ସହ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହମତିରେ ଟ୍ରେନ ଚଳାଚଳ ହୋଇଥିଲା। ମେ ୧ରୁ ଆରମ୍ଭ ହୋଇଥିବା ଏହି ଶ୍ରମିକ ସ୍ବତନ୍ତ୍ର ଟ୍ରେନରେ ଗତ ଶନିବାର ସୁଦ୍ଧା ୫୮ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ୪୨୮୬ ଟି ଟ୍ରେନରେ ରେଳବାଇ ସେମାନଙ୍କର ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇ ସାରିଥିବା ରେଳବୋର୍ଡର ଅଧ୍ୟକ୍ଷ ବିନୋଦ କୁମାର ଯାଦବ ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ, ଆଗରୁ ଚାଲୁଥିବା ୨୫୮ସ୍ବତନ୍ତ୍ର ଟ୍ରେନରୁ ୧୩୭କୁ ହ୍ରାସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri