୫୮୮ ପ୍ରବାସୀଙ୍କୁ ନେଇ ଭାରତରେ ପହଞ୍ଚିଲା ଆଇଏନ୍‌ଏସ୍‌ ଜଲାଶ୍ୱ

କୋଚି,୧୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଅପରେଶନ୍‌ ସମୁଦ୍ର ସେତୁ ଅଭିଯାନ ଆରମ୍ଭ ହୋଇଛି। ନୌସେନାର ଜାହାଜ ଆଇଏନ୍‌ଏସ୍‌ ଜଲାଶ୍ୱ ମାଳଦ୍ୱୀପରୁ ୫୮୮ ପ୍ରବାସୀଙ୍କୁ ନେଇ କେରଳର କୋଚି ବନ୍ଦରରେ ରବିବାର ପହଞ୍ଚିଛି। କରୋନା ସଙ୍କଟ ସମୟରେ ଭାରତ ସରକାରଙ୍କ ପକ୍ଷରୁ ଏଭଳି କାର୍ଯ୍ୟ କରାଯାଇଥିବାରୁ ମାଳଦ୍ୱୀପରେ ଅବସ୍ଥାପିତ ରାଷ୍ଟ୍ରଦୂତ ସଞ୍ଜୟ ସୁଧିର ଏହାକୁ ସ୍ବାଗତ କରିବା ସହିତ ଏହାର ଏକ ଭିଡ଼ିଓ ଭାରତୀୟ ଦୂତାବାସ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରିଛନ୍ତି। ସ୍ବାସ୍ଥ୍ୟ ପରୀକ୍ଷାପରେ ସ୍ବଦେଶ ଫେରିଥିବା ସମସ୍ତ ପ୍ରବାସୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri