୫ ଗବେଷକଙ୍କୁ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର,  ୧୧-୯(ବ୍ୟୁରୋ):ଉଚ୍ଚତର ଗବେଷଣା ପାଇଁ ରାଜ୍ୟର ୫ଜଣ ଗବେଷକଙ୍କୁ ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରିବ ବିଜ୍ଞାନ ଓ କାରିଗରି ବିଭାଗ। ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଅଧିକତର ଗବେଷଣା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୩ ବର୍ଷ ପାଇଁ ଏହି ସହାୟତା ପ୍ରଦାନ କରାଯିବ। ବିଭାଗ ପକ୍ଷରୁ ପ୍ରଦତ୍ତ ପ୍ରସ୍ତାବକୁ ମଙ୍ଗଳବାର ବିଜ୍ଞାନ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଅନୁମୋଦନ କରିଛନ୍ତି। ବାୟୋଟେକ୍ନୋଲୋଜିରେ ଗବେଷଣା ଓ ବିକାଶକୁ ଦୃଷ୍ଟିରେ ରଖି ଏକ ଉପସମିତିର ସୁପାରିସକ୍ରମେ ୫ଜଣ ଗବେଷକ ଏହି ସହାୟତା ପାଇବା ପାଇଁ ମନୋନୀତ ହୋଇଛନ୍ତି। ଏହି ୫ଜଣ ଗବେଷକଙ୍କ ମଧ୍ୟରେ ରହିଛନ୍ତି ବାଲେଶ୍ୱରସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟର ପରିବେଶ ବିଜ୍ଞାନ ସ୍ନାତକୋତ୍ତର ବିଭାଗର ପ୍ରେଫେସର ଡ. ପ୍ରକାଶ ଚନ୍ଦ୍ର ମିଶ୍ର, ରାଉରକେଲାସ୍ଥିତ ଏନ୍‌ଆଇଟିର ଜୀବବିଜ୍ଞାନ ବିଭାଗୀୟ ସହକାରୀ ପ୍ରଫେସର ଡ. ସୁମନ ଝା, ନିଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ) ଭୁବନେଶ୍ୱରର ସ୍ନାୟୁ ବିଭାଗ ଆସୋସିଏଟ୍‌ ପ୍ରଫେସର ଡ. ସଂଜୀବ କୁମାର ଭୋଇ ଏବଂ ଆସୋସିଏଟ୍‌ ପ୍ରଫେସର ଡ. ସୁଚିତ୍ରା କୁମାରୀ, ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମିନେରାଲ୍‌ସ ଏବଂ ମ୍ୟାଟେରିଆଲ୍ସ ଟେକ୍ନୋଲୋଜିର ବରିଷ୍ଠ ବୈଜ୍ଞାନିକ ଡ. ସୋନୀ ପାଣ୍ଡେ। ପ୍ରତି ଗବେଷକଙ୍କୁ ୩ ବର୍ଷ ନିମନ୍ତେ ସରକାରଙ୍କ ପକ୍ଷରୁ ସର୍ବାଧିକ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ମୋଟ ଭାବେ ୫ଜଣ ଗବେଷକଙ୍କୁ ସହାୟତା ବାବଦରେ ୪୯.୪୮ଲକ୍ଷ ଟଙ୍କା ପ୍ରଦାନ କରିବାକୁ ପ୍ରସ୍ତାବ ଅନୁମୋଦିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri