୫ ଜିଲାରେ ବନ୍ୟା, ୯ ମୃତ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷାରେ ଦକ୍ଷିଣ-ପଶ୍ଚିମ ଓଡ଼ିଶା ସ୍ଥିତି ସଙ୍ଗିନ ହୋଇପଡ଼ିଛି। ବିଶେଷ କରି ୫ ଜିଲା ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ସୁବର୍ଣ୍ଣପୁର ଓ କନ୍ଧମାଳରେ ଅଧିକ ବର୍ଷା ହୋଇ ବନ୍ୟା ସୃଷ୍ଟି ହୋଇଛି। କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬୦୮ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏହାଛଡ଼ା କଳାହାଣ୍ଡିର ମଦନପୁର ରାମପୁର ବ୍ଲକରେ ୪୪୫ ମିମି, ନର୍ଲାରେ ୨୪୧, ବଲାଙ୍ଗୀରର ଗୁଡ଼ଭେଲା ବ୍ଲକରେ ୪୧୪, ଦେଓଗଁାରେ ୩୨୮, ସଇଁତଳାରେ ୩୧୩, ପୁଇଁତଳାରେ ୨୯୨, ବଲାଙ୍ଗୀରରେ ୨୬୩, ଟିଟିଲାଗଡ଼ରେ ୨୦୧, ବୌଦ୍ଧ ଜିଲାର କଣ୍ଟାମାଳରେ ୩୪୫, କନ୍ଧମାଳ ଜିଲାର ବାଲିଗୁଡ଼ାରେ ୩୦୨ ମି.ମି. ବର୍ଷା ରେକର୍ଡ କରାଯାଇଛି। ସୋମବାର ରାତିତମାମ ବର୍ଷା ଯୋଗୁ ଏହି ଜିଲାଗୁଡ଼ିକ ଜଳମଗ୍ନ ହୋଇଯାଇଛି। ଅନେକ ଗାଁ ପାଣି ଘେରରେ ରହି ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ବହୁ ଘର ବନ୍ୟାପାଣିରେ ବୁଡ଼ି ରହିଛି। ରେଳ ଟ୍ରାକ୍‌ ଉପରେ ବର୍ଷାପାଣି ରହିଥିବା ଯୋଗୁ ଟ୍ରେନ୍‌ ଚଳାଚଳକୁ ସାମୟିକ ଭାବେ ବନ୍ଦ କରାଯାଇଛି। ଉପରୋକ୍ତ ୫ ଜିଲା ସମେତ ବରଗଡ଼ ଓ ନୂଆପଡ଼ା ଜିଲା ମଧ୍ୟ ଲଗାଣ ବର୍ଷାରେ ଗୁରୁତର ପ୍ରଭାବିତ ହୋଇଛି। ଏହି ୭ଜିଲାର ମୋଟ ୧୯ ବ୍ଲକର ୧୩୪ଟି ଗଁାର ୨,୦୫, ୫୫୦ ଲୋକ ବନ୍ୟାରେ ପ୍ରଭାବିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୧,୬୭୫ଜଣଙ୍କୁ ଉଦ୍ଧାର କରାଯାଇ ୧୧୫ ଆଶ୍ରୟସ୍ଥଳୀରେ ରଖାଯାଇ ଖାଦ୍ୟ ଦିଆଯାଉଛି। ମୋଟ ୧୦୯ ଘର ଭାଙ୍ଗିପଡ଼ିଛି। ବିଭିନ୍ନ ଜିଲାର ନଦୀ ଜଳସ୍ତର ବିପଦ ସଙ୍କେତ ତଳେ ରହିଥିବାବେଳେ କଳାହାଣ୍ଡି କାଳୀଗଙ୍ଗା ନଦୀର ଜଳସ୍ତର ବଢ଼ିଛି ବୋଲି ସ୍ବତନ୍ତ୍ର ରିଲିଫ୍‌ କମିଶନର ବିଷ୍ଣୁପଦ ସେଠୀ କହିଛନ୍ତି। ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ଅନୁଗୋଳ, ଖୋର୍ଦ୍ଧା, କଟକ, ପୁରୀ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରପଡ଼ା, ବୌଦ୍ଧ, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଆଦି ୧୫ ଜିଲାରେ ୧୫ ଓଡ୍ରାଫ୍‌ ଓ ୩ ଏନ୍‌ଡିଆରଏଫ୍‌ ଟିମ୍‌ ମୁତୟନ ହୋଇଛନ୍ତି। ଏଥିସହିତ ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ମଧ୍ୟ ନିୟୋଜିତ କରାଯାଇଥିବା ଏସ୍‌ଆର୍‌ସିଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ରାଜ୍ୟରେ ବର୍ଷା ଓ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରେ କଳାହାଣ୍ଡିର ୩ ଜଣ ଥିବାବେଳେ କନ୍ଧମାଳର ୨, ମାଲକାନଗିରିର ୨, କୋରାପୁଟର ଜଣେ ଓ ନବରଙ୍ଗପୁର ଜଣେ ରହିଛନ୍ତି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଲୋକ ସେବା ଭବନରେ ବନ୍ୟା ପରିସ୍ଥିତି ସମୀକ୍ଷା କରିଛନ୍ତି। ବନ୍ୟା ପରିସ୍ଥିତି ଉପରେ ୨୪ଘଣ୍ଟା ସତର୍କ ରହିବା ଏବଂ ଲୋକଙ୍କୁ ସୁରକ୍ଷା ଓ ସହାୟତା କରିବା ପାଇଁ ସବୁ ବିଭାଗ ସଜାଗ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଅଧିକ ପ୍ରଭାବିତ ୧୩ ଜିଲାର ଜିଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପରିସ୍ଥିତି ସମ୍ପର୍କରେ ଆଲୋଚନା କରି ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। ବଲାଙ୍ଗୀର ସହରରେ ପ୍ରବଳ ବର୍ଷା ଯୋଗୁ ପରିସ୍ଥିତି ଗମ୍ଭୀର ରହିଥିବାରୁ ସେଠାରେ ଅଧିକ ୩ ଓଡ୍ରାଫ ଟିମ୍‌ ପଠାଯାଇଛି।
ବୁଧବାର ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ୧୫ ତାରିଖ ସକାଳ ୬ଟାରୁ ୧୦ଟା ଭିତରେ ମହାନଦୀକୁ ସାଢ଼େ ୧୧ଲକ୍ଷ କ୍ୟୁସେକ୍‌ ପାଣି ଛଡ଼ାଯିବ। ଏହାଦ୍ୱାରା ଖୋର୍ଦ୍ଧା, ପୁରୀ, କଟକ, ଜଗତ୍‌ସିଂହପୁର, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲାରେ ବନ୍ୟା ଆଶଙ୍କା ରହିଛି। ତେଣୁ ଏହି ୬ ଜିଲାର ଜିଲାପାଳଙ୍କୁ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କଟକ ସହରର ରିଙ୍ଗ୍‌ରୋଡ୍‌ ଉପରେ ମଧ୍ୟ ନଜର ରଖିବା ପାଇଁ ପରାମର୍ଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ବନ୍ୟା ପ୍ରଭାବିତ ୫ ଜିଲା ପାଇଁ ୭ ଦିନିଆ ରିଲିଫ ଘୋଷଣା କରାଯାଇଛି। ତଦନୁଯାୟୀ ଦୈନିକ ପ୍ରତି ବୟସ୍କଙ୍କୁ ୬୦ ଟଙ୍କା ଏବଂ ପିଲାଙ୍କୁ ୪୫ ଟଙ୍କା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

ସୌମ୍ୟଙ୍କ ସାଙ୍ଗ ଭୂମିକା ତଦନ୍ତ ପରିସର: କ୍ରାଇମବ୍ରାଞ୍ଚ ଡିଆଇଜି

ଭୁବନେଶ୍ୱର,୨୮।୫: କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆହୁରି ୧୦ଜଣ ଅଭିଯୁକ୍ତ…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri