କରୋନା କଟକଣା: ୫ ଜିଲା ସହ ୮ ସହରରେ ଲକ୍‌ଡାଉନ୍‌

ଭୁବନେଶ୍ୱର,୨୩।୩(ବ୍ୟୁରୋ): ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଆତଙ୍କିତ। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଥିବାବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଘାତକ ଭୂତାଣୁ ଦମନ ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ନ ଥିବା ବେଳେ ସତର୍କତା ଏବଂ ସଚେତନତା ଏହାର ଏକମାତ୍ର ମହୌଷଧି। ଏହି ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଭିନ୍ନ ଭିନ୍ନ ପଦକ୍ଷେପ ନେଉଛନ୍ତି। ରବିବାର ଜନତା କର୍ଫ୍ୟୁ ପାଳନ କରାଯାଇଥିବା ବେଳେ ସୋମବାରଠାରୁ ରାଜ୍ୟର ୫ ଜିଲା ଏବଂ ୮ଟି ସହରରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ସଂକ୍ରମଣକୁ ରୋକିବା ପାଇଁ ସପ୍ତାହେ ବ୍ୟାପୀ ୫ ଜିଲା ଏବଂ ୮ ସହରକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି।
ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରପଡ଼ା ଓ ଅନୁଗୋଳ ଜିଲାର ସମସ୍ତ ଗାଁ ଓ ସହର ସମ୍ପୂର୍ଣ୍ଣ ବନ୍ଦ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଭୁବନେଶ୍ବର ସମେତ ସମ୍ବଲପୁର, ଝାରସୁଗୁଡ଼ା, ବାଲେଶ୍ବର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ଟାଉନ ଓ ଯାଜପୁର ରୋଡ୍‌ ଏସବୁ ସହରକୁ ମଧ୍ୟ ୭ଦିନ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ଲକ୍‌ଡାଉନ୍‌ ସମୟରେ ଆତ୍ୟାବଶ୍ୟକୀୟ ସେବା ବ୍ୟତୀତ ଅନ୍ୟ ସମସ୍ତ ବନ୍ଦ ରହିବ। ଡାକ୍ତରଖାନା, ବ୍ୟାଙ୍କ, ଏଟିଏମ୍‌, ମ୍ୟୁନିସିପାଲିଟି, ଥାନା, ଅଗ୍ନିଶମ ସେବା, ଓଡ୍ରାଫ, ବିଦ୍ୟୁତ ସେବା ଆଦି ଚାଲୁ ରହିବ। ସେହିପରି ଆଜିଠାରୁ ରାଜ୍ୟ ସରକାର ଆନ୍ତଃରାଜ୍ୟ ବସ ଚଳାଚଳକୁ ବନ୍ଦ କରିଛନ୍ତି। ଲକ୍‌ଡାଉନକୁ ଦୃଷ୍ଟିରେ ରଖି ଆଜି ଠାରୁ କୌଣସି ବସ୍‌ ବାହାର ରାଜ୍ୟକୁ ଗଡ଼ିବ ନାହିଁ କିମ୍ବା ବାହାର ରାଜ୍ୟରୁ ଓଡ଼ିଶାକୁ କୌଣସି ଗାଡ଼ି ପ୍ରବେଶ କରିବ ନାହିଁ ବୋଲି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri