୫-ଟି ଆଧାରରେ ତ୍ୱରାନ୍ବିତ ହେବ ସୂଚନା, ଲୋକସମ୍ପର୍କ ବିଭାଗ କାର୍ଯ୍ୟାବଳୀ: ଡିଜିଟାଇଜ୍‌ ହେବ ଫଟୋ, ଚଳଚ୍ଚିତ୍ର

ଭୁବନେଶ୍ୱର, ୮।୧(ବ୍ୟୁରୋ):ସୂଚନା ଓ ଲୋକସମ୍ପର୍କ ବିଭାଗର କାର୍ଯ୍ୟାବଳୀକୁ ୫-ଟି ଆଧାରରେ ତ୍ୱରାନ୍ବିତ କରାଯିବ। ଏହା ଦ୍ୱାରା ବିଭାଗ ଆଗାମୀ ଦିନରେ ଲୋକପ୍ରିୟତା ହାସଲ କରିବ। ତେଣୁ ପ୍ରତ୍ୟେକ କାର୍ଯ୍ୟରେ ୫-ଟିର ପ୍ରୟୋଗ ପାଇଁ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ନିର୍ଦ୍ଦେଶ ଦେଇଛନ୍ତି।
ଲୋକସେବା ଭବନ ପରିସରରେ ଥିବା ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମନ୍ତ୍ରୀ କହିଥିଲେ ଯେ, ବିଭାଗରେ ବହୁବର୍ଷରୁ ସଂରକ୍ଷିତ ଥିବା ଫଟୋଗ୍ରାଫ୍‌ ଓ ଚଳଚ୍ଚିତ୍ରଗୁଡ଼ିକୁ ଡିଜିଟାଇଜ୍‌ କରି ଭବିଷ୍ୟତ ପାଇଁ ସୁରକ୍ଷିତ କରି ରଖାଯିବା ଜରୁରୀ। ତେଣୁ ଡିଜିଟାଲ ଆର୍କାଇଭିଂ ଉପରେ ଗୁରୁତ୍ୱାରୋପ କରାଯିବ। ଦିଲ୍ଲୀସ୍ଥିତ ଓଡ଼ିଶା ଭବନ ସମେତ ରାଜ୍ୟର ସମସ୍ତ ଜିଲାର ପ୍ରମୁଖ ସ୍ଥାନରେ ୫୦ ଏଲଇଡି ଭିଡିଓ ୱାଲ୍‌ ସ୍ଥାପନ କରାଯିବ। ଏଥିରେ ରାଜ୍ୟ ସରକାରଙ୍କ ସମସ୍ତ ଜନହିତକର ଯୋଜନା, ସଫଳତାର ଆଲେଖ୍ୟ ଓ ମୁଖ୍ୟ ଖବରଗୁଡ଼ିକ ପ୍ରସାରିତ ହେବ। ଗଣମାଧ୍ୟମକୁ ସରକାରଙ୍କ ସମସ୍ତ ନିଷ୍ପତ୍ତି, ବୁଝାମଣାପତ୍ର ସ୍ବାକ୍ଷର ଏବଂ ଅନ୍ୟାନ୍ୟ ସରକାରୀ ଖବର ସିଧା ପ୍ରସାରଣ ପାଇଁ ଗୋଟିଏ ଲାଇଭ୍‌ କମନ୍‌ ଫିଡ୍‌ ସିଷ୍ଟମ୍‌ର ବ୍ୟବସ୍ଥା କରାଯିବ। ସେହିଭଳି ଗୋଟିଏ ଡିଜିଟାଲ ନ୍ୟୁଜ୍‌ ରୁମ୍‌ର ବ୍ୟବସ୍ଥା କରାଯାଇ ସଫ୍ଟୱେର ମାଧ୍ୟମରେ ଖବରଗୁଡ଼ିକ ତ୍ୱରିତ ପ୍ରେରଣ କରାଯିବ। ସରକାରଙ୍କ ସମସ୍ତ ବିଜ୍ଞାପନ ସିଧାସଳଖ ଖବରକାଗଜ ସଂସ୍ଥା ନିକଟକୁ ପଠାଇବା ପାଇଁ ଇ-ବିଜ୍ଞାପନ ବ୍ୟବସ୍ଥା କରାଯିବ। ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ପରିଚାଳିତ ସୂଚନା ଅଧିକାରକୁ ସୁବ୍ୟବସ୍ଥିତ ଓ ସୁସଂହତ କରାଯିବା ପାଇଁ ସୂଚନା ଅଧିକାର ପୋର୍ଟାଲ୍‌ ଖୁବ୍‌ଶୀଘ୍ର ଉନ୍ମୋଚିତ ହେବ। ବିଭାଗକୁ ଅଧିକ କ୍ରିୟାଶୀଳ କରିବା ପାଇଁ ସୁଚିନ୍ତିତ ପ୍ରସ୍ତାବମାନ ବିଭାଗୀୟ ଅଧିକାରୀମାନେ ପ୍ରସ୍ତୁତ କରିବାକୁ ମନ୍ତ୍ରୀ ଦାସ ପରାମର୍ଶ ଦେଇଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକି, ବରଦା ପ୍ରସନ୍ନ ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri