୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା: ସ୍ବଚ୍ଛତା, ଦକ୍ଷତା ବୃଦ୍ଧି ସମସ୍ତଙ୍କ ଲକ୍ଷ୍ୟ ହେଉ

ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଜିଲାରେ ୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଭୂମେଶଚନ୍ଦ୍ର ବେହେରା କହିଥିଲେ ଯେ, ପ୍ରତ୍ୟେକ ବିଭାଗର କର୍ମଚାରୀଙ୍କ ମଧ୍ୟରେ ସ୍ବଚ୍ଛତା ରହିବା ସହିତ କାର୍ଯ୍ୟଦକ୍ଷତା ବୃଦ୍ଧି ଏବଂ ସଚେତନତା ସୃଷ୍ଟି ହେଲେ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ସଫଳ ରୂପାୟନ ହୋଇପାରିବ। ଏହା ସମସ୍ତଙ୍କ ମୂଳଲକ୍ଷ୍ୟ ହେବା ଉଚିତ ବୋଲି ଜିଲାପାଳ କହିଥିଲେ। ଏହି ବୈଠକରେ ରୋଗୀସେବା, ଔଷଧ ବିତରଣ, ସଫେଇ କାର୍ଯ୍ୟ, ପଞ୍ଜୀକରଣ ଓ ଆନୁସଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା। ଚିକିତ୍ସାଜନିତ ସୁବିଧା ନିମନ୍ତେ ପଞ୍ଜୀକରଣ ପାଇଁ ଆଉ ୫ଟି କାଉଣ୍ଟର ଖୋଲାଯିବ ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଥିଲେ। ମମତା ଯୋଜନାରେ ହିତାଧିକାରୀମାନଙ୍କୁ ଠିକ୍‌ ମାନର ଛତୁଆ ଓ ନିୟମିତ ଅଣ୍ଡା ଯୋଗାଣ ନିମନ୍ତେ ଅଧିକାରୀମାନେ ଯତ୍ନବାନ ହେବାକୁ ପରାମର୍ଶ ଦିଆଯାଇଥିଲା। ଖାଉଟି ସାମଗ୍ରୀ ଯୋଗାଣ ନିମନ୍ତେ ରିଟେଲରମାନେ ବିକ୍ରୟ କେନ୍ଦ୍ରରେ ସବିଶେଷ ତଥ୍ୟ ସୂଚନା ଫଳକ ମାଧ୍ୟମରେ ଦର୍ଶାଇବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଜଳ ଯୋଗାଣକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଜଳଯୋଗାଣ ନିୟମିତ କରିବାକୁ ବ୍ୟବସ୍ଥା କରିବା, ପାଇପ୍‌ ଦ୍ୱାରା ଜଳଯୋଗାଣ ହେଉ ନ ଥିଲେ ପାଣିଟାଙ୍କି ରଖି ଟ୍ୟାଙ୍କର ଯୋଗେ ଜଳ ଯୋଗାଇ ଦେବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ରେଳଷ୍ଟେଶନ ନିକଟ ସଞ୍ଜୟ କଲୋନି ଅନ୍ତେବାସୀଙ୍କୁ ଜଳଯୋଗାଣ କରିବାକୁ ଆଲୋଚନା ହୋଇଥିଲା। ସେହିପରି ଗାଡିଚାଳନା ନିମନ୍ତେ ଆବଶ୍ୟକ ଡିଏଲ୍‌ ପ୍ରଦାନ, ରାସ୍ତା ମରାମତି ସମ୍ପର୍କରେ ମଧ୍ୟ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ଆଶ୍ରମ ସ୍କୁଲ ଗୁଡିକରେ ପଢୁଥିବା ପିଲାମାନଙ୍କ ସ୍ବାସ୍ଥ୍ୟ, ପାଠପଢା ଓ ଅନ୍ୟାନ୍ୟ ବିଷୟ ଉପରେ ବିଶେଷ ଧ୍ୟାନ ଦେବାକୁ ଜିଲାପାଳ କହିଥିଲେ। ହାତୀ ଆକ୍ରମଣରେ ମୃତ୍ୟୁଜନିତ କ୍ଷତିପୂରଣ ତୁରନ୍ତ ପ୍ରଦାନ କରିବା ସହ ଘରଭଙ୍ଗା ସାହାଯ୍ୟ ଦେବାକୁ ବୈଠକରେ ଆଲୋଚନା ହୋଇଥିଲା। ସେହିପରି ଉଦ୍ୟାନକୃଷି, ଜଳଛାୟା ମିଶନ, ଅବକାରୀ ବିଭାଗ ଓ ବିଦ୍ୟୁତ୍‌ ଯୋଗାଣ କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବୈଠକରେ ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା, ଜିଲା ବନଖଣ୍ଡ ଅଧିକାରୀ ବିମଳ ପ୍ରସନ୍ନ ଆଚାର୍ଯ୍ୟ, ଆରଟିଓ ବସନ୍ତ କୁମାର ମାଝି, ପୂର୍ତ୍ତ ବିଭାଗ ନିର୍ବାହୀଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ନିର୍ବାହୀଯନ୍ତ୍ରୀ ବିଜୟାନନ୍ଦ ସାହୁ, ଢେଙ୍କାନାଳ ପୌରସଂସ୍ଥା ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ ପ୍ରମୁଖଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri