୫-ଟି ପ୍ରଭାବ: ଦେଢବର୍ଷ ପରେ ନିଯୁକ୍ତି ପାଇଁ ପରୀକ୍ଷା; ୨୪ ଘଣ୍ଟାରେ ବାହାରିଲା ପରୀକ୍ଷାଫଳ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ପଞ୍ଚାୟତିରାଜ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ଲାଇଭ୍‌ଲି ହୁଡ୍‌ ମିଶନ (ଓଏଲ୍‌ଏମ୍‌) ପାଇଁ ଜିଲା ଓ ବ୍ଲକ୍‌ ସ୍ତରୀୟ ସହାୟକ ପଦବୀ ପାଇଁ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଗତ ୧୮ ମାସ ହେବ ବନ୍ଦ ଥିବା ଏହି ପରୀକ୍ଷା ଭୁବନେଶ୍ୱର ଜଗନ୍ନାଥ ପ୍ରସାଦ ନର୍ସରୀ ପକ୍ଷରୁ କରାଯାଇଥିଲା। ମାତ୍ର ୨୪ ଘଣ୍ଟା ମଧ୍ୟରେ ଏହି ପରୀକ୍ଷା ଫଳ ବାହାରିଛି। ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ପରେ କୃତକାର୍ଯ୍ୟ ହୋଇଥିବା ଯୁବତୀଯୁବକଙ୍କୁ ରାଜ୍ୟର ବିଭିନ୍ନ ସ୍ଥାନରେ ନିଯୁକ୍ତି ପ୍ରଦାନ କରାଯିବ ବୋଲି ପ୍ରକଳ୍ପ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନ କହିଛନ୍ତି।

ତେବେ ଏତେଶୀଘ୍ର ପରୀକ୍ଷା ଫଳ ପ୍ରକାଶ ପାଇବା ସଂକ୍ରାନ୍ତରେ ପ୍ରଧାନ କହିଛନ୍ତି, ରାଜ୍ୟ ସରକାରଙ୍କ ୫-ଟି ସୂତ୍ରକୁ ଓଏଲ୍‌ଏମ୍‌ ଗୁରୁତ୍ୱ ଦେଇ କାର୍ଯ୍ୟ କରୁଛି। ଖାଲିଥିବା ପଦବୀ ପୂରଣ କରିବା ସହ ନିର୍ଦ୍ଧାରିତ ସମୟ ମଧ୍ୟରେ ସମସ୍ତ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ସହାୟକ ପଦବୀ ପାଇଁ ହୋଇଥିବା ପରୀକ୍ଷାରେ ୪ହଜାର ୩ଶହ ୯୦ଜଣ ଅଂଶଗ୍ରହଣ କରିଥିବାବେଳେ ୩ହଜାର ୪ଶହ ୪୩ଜଣଙ୍କୁ ମନୋନୀତ କରାଯାଇଛି। ପର୍ଯ୍ୟାୟକ୍ରମେ ସେମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି ସେ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଓଏଲ୍‌ଏମ୍‌ ଅଜିମ୍‌ ପ୍ରେମ୍‌ଜୀ ଫିଲାନ୍‌ଥ୍ରୋପିକ୍‌ ଇନିସିଏଟିଭ୍‌ (ଏପିପିଆଇ) ପ୍ରକଳ୍ପ ପାଇଁ ଏହି ପରୀକ୍ଷା କରାଯାଇଛି। ଜିଲା ସହାୟକ ପଦବୀ ପାଇଁ ସର୍ବନିମ୍ନ ୬ବର୍ଷ ଓ ବ୍ଲକ୍‌ ସହାୟକଙ୍କ ପାଇଁ ୩ବର୍ଷ କାର୍ଯ୍ୟ ଦକ୍ଷତା ଅଭିଜ୍ଞତା ରଖାଯାଇଛି। ଅନ୍‌ଲାଇନ୍‌ରେ ଏନେଇ ଆବେଦନ କରିବାକୁ ଓଏଲ୍‌ଏମ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri