‘୫-ଟି’ ସଚିବଙ୍କ କେନ୍ଦ୍ରାପଡ଼ା ଜିଲା ଗସ୍ତ

କେନ୍ଦ୍ରାପଡା ଅଫିସ, ୧୬।୧୦:ଆସନ୍ତା ମାର୍ଚ୍ଚ ମାସ ଶେଷ ସୁଦ୍ଧା କେନ୍ଦ୍ରାପଡା ସହର ନିକଟ ଶାମଗୁଡିଆଠାରେ ନିର୍ମାଣାଧୀନ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ କାର୍ଯ୍ୟ ସାରି ଏହାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ)ଙ୍କୁ ହସ୍ତାନ୍ତର କରିବା ପାଇଁ ୫ ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ୍‌ ନିର୍ଦ୍ଦେଶ ଦେଇଛନ୍ତି ା ସେହିପରି ଜିଲା ମୁଖ୍ୟ ଚିକତ୍ସାଳୟର ଓପିଡି ଓ ଡାଇଲିସିସ୍‌ ସେଣ୍ଟରର କେତେକ ଅଭାବ ତୁରନ୍ତ ପୂରଣ କରାଯିବ ବୋଲି ଜଣ୍ଟିଲୋ ଆଇବି ଠାରେ ମଙ୍ଗଳବାର ଅନୁଷ୍ଠିତ ସମୀକ୍ଷା ବୈଠକରେ ସେ ପ୍ରକାଶ କରିଛନ୍ତି ା
ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା ପାଇଁ ୫ ଟି ସଚିବ ପାଣ୍ଡିଆନ୍‌ କେନ୍ଦ୍ରାପଡା ଜିଲା ଗସ୍ତରେ ଆସି ପୂର୍ବାହ୍ନ ୧୧ଟା ୪୫ରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲେ ା ତାଙ୍କ ସହିତ ରାଜ୍ୟ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଯାଇ ଚିକିତ୍ସାଳୟର ପ୍ରସୂତି ବିଭାଗ, ମହିଳା ଓ ଶିଶୁ ବିଭାଗ, ପୁରୁଷ ସର୍ଜରି ବିଭାଗ, ପାଥୋଲ୍ୟାବ ଆଦି ବୁଲି ଦେଖିଥିଲେ ା ଏହି ଅବସରରେ ପାଣ୍ଡିଆନ୍‌ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ସହିତ ସ୍ବାସ୍ଥ୍ୟସେବା ସଂପର୍କରେ ପଚାରି ବୁଝିଥିଲେ ା ବିଶେଷ କରି ନିରାମୟରୁ ଔଷଧ ମିଳୁଛି କି ନାହିଁ , ସରକାରୀ ପାଥୋଲାବରେ ହେଉଥିବା ଟେଷ୍ଟ, ଡାକ୍ତରଖାନା କର୍ମଚାରୀଙ୍କ ଅର୍ଥ କାରବାର ସମ୍ପର୍କରେ ଆଲୋଚନା କରିଥିଲେ ା ପରେ ଇଚ୍ଛାପୁରସ୍ଥ ଶ୍ରୀ ବଳଦେବଜୀଉଙ୍କ ଦର୍ଶନ କରିବା ସହିତ ନିକଟସ୍ଥ ଶାମଗୁଡିଆରେ ନିର୍ମାଣାଧୀନ ୧୦୦ ଶଯ୍ୟା ବିଶିଷ୍ଟ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଠିକାସଂସ୍ଥା ଇପିଆଇର ଲୋକାଲ ମ୍ୟାନେଜର ଏବଂ ପୂର୍ତ୍ତ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ ମହାନ୍ତିଙ୍କ ସହିତ ଆଲୋଚନା କରିଥିଲେ ା ଏହାର ଗ୍ରାଉଣ୍ଡ ଫ୍ଲୋର ନିର୍ମାଣ ଆସନ୍ତା ୪ ମାସ ମଧ୍ୟରେ ସାରିବାକୁ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ ା ପରେ ଜଣ୍ଟିଲୋ ଯାଇ ଜିଲାପାଳ , ସିଡିଏମଓ ଡା. ଉର୍ମିଳା ମିଶ୍ର ଓ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କ ସହ ସମୀକ୍ଷା ବୈଠକରେ ଯୋଗ ଦେଇ ଅପରାହ୍ନରେ ଫେରି ଯାଇଥିଲେ ା ସଚିବ ପାଣ୍ଡିଆନ୍‌ଙ୍କ ଗସ୍ତ ସମ୍ପର୍କରେ ଜିଲାପାଳ ସମର୍ଥ ବର୍ମା କହିଛନ୍ତି ଯେ, ୫-ଟି ସଚିବଙ୍କ ଏହା ଅଚାନକ ଗସ୍ତ ଥିଲା ା
ଏହି ଗସ୍ତ ଅବସରରେ ସଚିବ ମୋ ସରକାର କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ବିଭିନ୍ନ ପରାମର୍ଶ ଦେଇଛନ୍ତି ା
ଜିଲାରେ ଚାଲିଥିବା ସ୍ବାସ୍ଥ୍ୟସେବା ସମ୍ପର୍କରେ ପ୍ରତ୍ୟହ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିବା ପାଇଁ ସିଡିଏମଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ା ଏଥିସହିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ମାତ୍ର ୧୭୫ ଶଯ୍ୟା ଥିବାରୁ ରୋଗୀଙ୍କୁ ଆବଶ୍ୟକ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଶାମଗୁଡିଆ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବା ଉପରେ ସଚିବ ଗୁରୁତ୍ୱ ଦେଇଥିବା ଜିଲାପାଳ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri