୫-ଟି ସଚିବ ପାଣ୍ଡିଆନଙ୍କ କେନ୍ଦ୍ରାପଡ଼ା ଜିଲା ଗସ୍ତ: ମାର୍ଚ୍ଚ ୨୦ ସୁଦ୍ଧା ଶାମଗୁଡ଼ିଆ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ ଶେଷ କରିବାକୁ ନିର୍ଦ୍ଦେଶ

କେନ୍ଦ୍ରାପଡା ଅଫିସ, ୧୫ା୧୦: ୨୦୨୦ ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ସହର ନିକଟ ଶାମଗୁଡିଆଠାରେ ନିର୍ମାଣାଧୀନ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ତଳ ମହଲା ନିର୍ମାଣ କାର୍ଯ୍ୟ ଶେଷ ହେବ। ସେହିପରି ଜିଲା ମୁଖ୍ୟ ଚିକତ୍ସାଳୟର ଡପିଡି ଓ ଡାଇଲିସିସ୍‌ ସେଣ୍ଟରର ଆବଶ୍ୟକତା ପୂରଣ ହେବ ବୋଲି ରାଜ୍ୟ ସରକାରଙ୍କ ୫ ଟି ସଚୀବ ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କ କେନ୍ଦ୍ରପଡା ଗସ୍ତ ପରେ ଜିଲାପାଳ ସମର୍ଥ ବର୍ମା ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।

ରାଜ୍ୟ ସରକାରଙ୍କ ମୋ’ ସରକାର ଯୋଜନା କାର୍ଯ୍ୟକାରୀର ସମୀକ୍ଷା ପାଇଁ ରାଜ୍ୟ ସରକାରଙ୍କ ୫ ଟି ସଚିବ ପାଣ୍ଡିଆନ ପୂର୍ବାହ୍ନ ୧୧.୪୫ରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲେ। ତାଙ୍କସହ ରାଜ୍ୟ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ପ୍ରସୂତି ବିଭାଗ, ମହିଳା ଓ ଶିଶୁ ବିଭାଗ, ପୁରୁଷ ସର୍ଜରୀ ବିଭାଗ, ପାଥୋଲ୍ୟାବ୍‌ ଆଦି ବୁଲି ଦେଖଥିଲେ। ଏହି ଅବସରରେ ରୋଗୀଙ୍କ ସହିତ ସ୍ବାସ୍ଥ୍ୟସେବା, ନିରାମୟରୁ ଔଷଧ ପ୍ରାପ୍ତି, ସରକାରୀ ପାଥୋଲାବ୍‌ରେ ଟେଷ୍ଟ, ଡାକ୍ତରଖାନା କର୍ମଚାରୀଙ୍କ ଅର୍ଥ କାରବାର ଆଦି ସମ୍ପର୍କରେ ପଚାରି ବୁଝିଥିଲେ। ଏସମ୍ପର୍କରେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ମତାମତ ନେଇଥିଲେ। ପରେ ଇଚ୍ଛାପୁରସ୍ଥ ଶ୍ରୀ ବଳଦେବଜୀଉଙ୍କ ଦର୍ଶନ ସହିତ ନିକଟସ୍ଥ ଶାମଗୁଡିଆରେ ନିର୍ମାଣାଧୀନ ୧୦୦ ଶଯ୍ୟା ବିଶିଷ୍ଟ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଠିକାସଂସ୍ଥା ଇପିଆଇର ଲୋକାଲ ମ୍ୟାନେଜର ଓ ପୂର୍ତ୍ତ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ ମହାନ୍ତିଙ୍କ ସହିତ ଆଲୋଚନା କରିଥିଲେ। ଏହାର ଗ୍ରାଉଣ୍ଡ ଫ୍ଲୋର ଆସନ୍ତା ୪ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ସରି ଜିଲା ଚିକିତ୍ସା ଅଧିକାରୀଙ୍କୁ ହସ୍ତାନ୍ତର ପାଇଁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ। ପରେ ସଚିବମାନେ ଫେରିଯାଇଥିଲେ।

ସଚୀବଙ୍କ ଗସ୍ତ ସମ୍ପର୍କରେ ଜିଲାପାଳ ବର୍ମା କହିଛନ୍ତ ିଯେ, ମୋ’ ସରକାର ଯୋଜନାକୁ ସୁପରିଚାଳନା ପାଇଁ କେତେକ ନିର୍ଦ୍ଦେଶ ଦେଇଛନ୍ତି ା ସ୍ବାସ୍ଥ୍ୟସେବାର ପ୍ରତ୍ୟେହ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଜିଲା ମୁଖ୍ୟ ଚିକିତ୍ସାଳୟରେ ମାତ୍ର ୧୭୫ ଶଯ୍ୟା ଥିବାରୁ ରୋଗୀଙ୍କୁ ଆବଶ୍ୟକୀୟ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ଶାମଗୁଡିଆ ସ୍ବାସ୍ଥ୍ୟକେନ୍ଦ୍ରର ତୁରନ୍ତ ନିର୍ମାଣ ଜରୁରି ବୋଲି ସେ କହିଛନ୍ତି। ସେହିପରି ଶ୍ରୀ ବଳଦେବଜୀଉ ମନ୍ଦିରର ଉନ୍ନୟନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦାନ କରିଥିବା ୨ କୋଟି ଟଙ୍କାର ଅନୁଦାନ ସହିତ ୯ କୋଟି ଟଙ୍କାର ଅନୁଦାନକୁ ମଞ୍ଜୁର ହୋଇଥିବା ଜିଲାପାଳ ବର୍ମା ସୂଚନା ଦେଇଛନ୍ତି। ସଚୀବଙ୍କ ଏହି ଗସ୍ତରେ ସିଡିଏମ୍‌ଓ ଡା. ଉର୍ମିଳା ମିଶ୍ରଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri