୫ ଦଫା ଦାବିରେ ଏସୟୁସିଆଇର ଗଣବିକ୍ଷୋଭ

ଛେଣ୍ଡିପଦା,୭।୧(ସ୍ବ.ପ୍ର)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସମ୍ମୁଖରେ ୫ ଦଫା ଦାବିରେ ମଙ୍ଗଳବାର ଏସୟୁସିଆଇ ଆଞ୍ଚଳିକ କମିଟି ପକ୍ଷରୁ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଛେଣ୍ଡିପଦା ଆଞ୍ଚଳିକ କମିଟିର ଆବାହକ ରଣଜିତ ପ୍ରଧାନଙ୍କ ନେତୃତ୍ୱରେ ଶତାଧିକ ସଦସ୍ୟ ଡାକବଙ୍ଗଳାଠାରୁ ଏକ ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା କରିବା ପରେ ଛେଣ୍ଡିପଦା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ। ସିଏଏ, ଏନଆରସି ଓ ଏନ୍‌ପିଆର ଭଳି ଜନବିରୋଧି ବିଭେଦ ସୃଷ୍ଟିକାରୀ କଳା ଆଇନକୁ ବାତିଲ କରିବା, ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଆଦିର ଆକାଶ ଛୁଆଁ ଦରବୃଦ୍ଧି ବନ୍ଦ କରିବା, ହାତୀ ସମେତ ବନ୍ୟଜନ୍ତୁ କବଳରୁ ଧନଜୀବନ ସୁରକ୍ଷା ପାଇଁ ପଦକ୍ଷେପ ଗ୍ରହଣ କରିବା ଆଦି ଦାବି କରାଯାଇଥିଲା। ପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବିଡିଓଙ୍କୁ ପ୍ରଦାନ କରାଯାଇଥିଲା। ଏହି ବିକ୍ଷୋଭରେ ଏସୟୁସିଆଇର ନବକିଶୋର ପ୍ରଧାନ, ଏସୟୁସିଆଇ ଛେଣ୍ଡିପଦା ଆଞ୍ଚଳିକ କମିଟିର ମାନସ ପାଳ, ସୁବାଷ ପ୍ରଧାନ, ପ୍ରତିମା ବେହେରା, ଭଗବାନ ପ୍ରଧାନଙ୍କ ସମେତ ଶତାଧିକ ସଦସ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାରିରୀକ ସମ୍ପର୍କ ରଖିବାକୁ ମନାକଲେ ଯୁମନା: ପ୍ରେମିକ-ମା’ ମିଶି କଲେ ଏମିତି କାମ

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ଗତ ୧୭ ତାରିଖରେ ଘଟିଥିବା ମହିଳାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଶାରୀରିକ ସମ୍ପର୍କ…

ଅଧରାତିରେ ପ୍ରଧାନ ଶିକ୍ଷୟିତ୍ରୀ-ରାତ୍ର ଜଗୁଆଳିଙ୍କୁ ହାଣିଲେ ଦୁର୍ବୃତ୍ତ:କ୍ଲିନିକ୍‌ ଯାଉଥିବାବେଳେ…

ବାରିପଦା,୨୧।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଳମା ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୁତ୍ତଙ୍କ ମରଣାନ୍ତ୍ରକ ଆକ୍ରମଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଜଣେ…

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ…

ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ…

ବସୁଧା ଯୋଜନା ଅପହଞ୍ଚ: ପିଇବା ପାଣି ପାଇଁ ସଂଘର୍ଷ କରୁଛନ୍ତି ଗ୍ରାମବାସୀ

ଦାରିଙ୍ଗବାଡ଼ି ୨୧।୩ ( ଅରୁଣ ସାହୁ ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ସିର୍କାବର୍ଗ ପଞ୍ଚାୟତର ବାଞ୍ଜାମାହା ଗାଁ ନାହୁଡ଼ିମାହା ସାହି ଏବଂ ପାଙ୍ଗାମାହାରେ ଜଳ…

ବ୍ଲକ୍‌ କାର୍ଯ୍ୟାଳୟ ପ୍ରବେଶ ପଥ ବିପଦସଙ୍କୁଳ: ଆଖି ବୁଜି ଦେଇଛି ପ୍ରଶାସନ

ଥୁଆମୂଳ ରାମପୁର, ୨୧।୩ (ଦୁର୍ଗା କୀର୍ତ୍ତୀ):ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ବିପଦସଙ୍କୁଳ ହୋଇପଡ଼ିଛି। କାର୍ଯ୍ୟାଳୟ ସମ୍ମୁଖ ଡ୍ରେନ୍‌ ଉପରେ ପଡ଼ିଥିବା…

ବାସନ୍ତୀକ ନବରାତ୍ର ପୂଜା : ଚନ୍ଦ୍ରଘଣ୍ଟା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୧।୩, (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଅନୁଷ୍ଠିତ ହୋଇଛି। ତୃତୀୟ ଦିବସ ଶନିବାରରେ ଦେବୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri