୫ ପର୍ଯ୍ୟନ୍ତ ବର୍ଷା : ଆଜି ୫ ଜିଲାକୁ ଅରେଞ୍ଜ, ୧୫କୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଆଜି ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ବର୍ଷା ପରିମାଣ ବଢ଼ିବା ସହ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ସୋମବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହିତ ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ଼, ଢେଙ୍କାନାଳ, ଅନୁଗୋଳ, କଟକ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଆଦି ୧୫ ଜିଲାକୁ ୟେଲୋ ୱାର୍ନିଂ ଦିଆଯାଇଛି। ଏସବୁ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
୩ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ବରଗଡ଼, ସମ୍ବଲପୁର, ଢେଙ୍କାନାଳ, ମୟୂରଭଞ୍ଜ, ଦେବଗଡ଼, ସୋନପୁର, ବଲାଙ୍ଗୀର, କୋରାପୁଟ ଓ ନବରଙ୍ଗପୁର ଆଦି ୧୨ ଜିଲାକୁ ପାଣିପାଗ ବିଭାଗ ସତର୍କ କରିଛି। ତେବେ ଏସବୁ ଜିଲା ମଧ୍ୟରୁ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ବରଗଡ଼, ସମ୍ବଲପୁର ଆଦି ୫ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ବାକି ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେହିପରି ୪ ତାରିଖରେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର ଓ କୋରାପୁଟ ଆଦି ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୫ ତାରିଖ ଦିନ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ଉପରେ କଟକଣା ଜାରି ହୋଇଛି। ଆସନ୍ତା ୨ ଓ ୩ ତାରିଖ ଦିନ ସମୁଦ୍ର ଭିତରକୁ ଆଦୌ ନ ଯିବା ପାଇଁ ସତର୍କ କରାଯାଇଛି। ସେପଟେ ସୋମବାର କୃଷକଙ୍କ ପାଇଁ ମଧ୍ୟ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଦେଇଛି। ବିଭିନ୍ନ ଜିଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ବିଲକୁ ନ ଯିବା ପାଇଁ କୁହାଯାଇଛି। ସେହିପରି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ ଓ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବାର ଥିବାରୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri