୫ ବର୍ଷ ଧରି ଶୁଣୁନି ଜିଲା ପ୍ରଶାସନ: ସହାୟତାରୁ ବଞ୍ଚିତ ଦିବ୍ୟାଙ୍ଗ ଦେବରାଜ

ଗୋପ, ୧୫।୯(ଡି.ଏନ୍‌.ଏ.): ଗୋପ ବ୍ଲକ୍‌ ଅଧୀନ ଜଙ୍ଗଲବୋରି ପଞ୍ଚାୟତସ୍ଥିତ ମଧୁବନ ଗ୍ରାମର ଦିବ୍ୟାଙ୍ଗ ଦେବରାଜ ସାହୁ ୫ବର୍ଷ ଧରି ମୋଟରଚାଳିତ ଟ୍ରାଇସାଇକେଲ ପାଇଁ ଆବେଦନ କରି ମଧ୍ୟ ବଞ୍ଚତ୍ତ ହୋଇ ରହିଛନ୍ତି। ଏ ନେଇ ସେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ପରେ ରାଷ୍ଟ୍ରପତି ଭବନ ଓ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତାଙ୍କ ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଆସିଥିଲା। ମାତ୍ର ତାହା ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରି ନ ଥିବାବେଳେ ଏଥିପ୍ରତି ଜିଲା ପ୍ରଶାସନ ଓ ବ୍ଲକ୍‌ ପ୍ରଶାସନ ଆଖି ବୁଜି ଦେଇଥିବା ଦିବ୍ୟାଙ୍ଗ ଦେବରାଜ କହିଛନ୍ତି।

ଦେବରାଜ ୨୦୧୪ରେ ରାସ୍ତାରେ ଯାଉଥିବାବେଳେ ଏକ ଷଣ୍ଢ ଆକ୍ରମଣରେ ତାଙ୍କ ବାମ ଗୋଡ଼ର ଚଟୁଆ ହାଡ଼ ଭାଙ୍ଗି ଯାଇଥିଲା। ଦୀର୍ଘଦିନ ଧରି ଚିକିତ୍ସିତ ହେବା ପରେ ଚାଲିବାକୁ ସକ୍ଷମ ହୋଇପାରି ନ ଥିଲେ। ପରେ ସରକାରଙ୍କ ପକ୍ଷରୁ ତାଙ୍କୁ ୬୦ ପ୍ରତିଶତ ଦିବ୍ୟାଙ୍ଗ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଦେବରାଜ ପରିବାର ପ୍ରତିପୋଷଣ ଲାଗି ଟ୍ରାଇସାଇକେଲ ଆବଶ୍ୟକ ବୋଲି ବିଡିଓ, ବ୍ଲକ୍‌ ସାମାଜିକ ସୁରକ୍ଷା ଅଧିକାରୀ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଓ ରାଜ୍ୟ ସରକାରଙ୍କୁ ପତ୍ର ମାଧ୍ୟମରେ ନିବେଦନ କରି ନିରାଶ ହୋଇଥିଲେ। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟ ସରକାରଙ୍କ ନିକଟକୁ ନିର୍ଦ୍ଦେଶ ଆସିବା ପରେ ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପତ୍ର ସଂଖ୍ୟା ନଂ୫୦୩୨ ତା୩୦।୦୬।୨୦୧୭ରେ ପୁରୀ ଜିଲାପାଳଙ୍କୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ୨ବର୍ଷ ବିତିଥିଲେ ମଧ୍ୟ ଦେବରାଜଙ୍କୁ ଟ୍ରାଇସାଇକେଲ ମିଳିପାରି ନ ଥିବାରୁ ଦେବରାଜ ଏବେ ଦୁର୍ଦ୍ଦିନରେ କାଳାତିପାତ କରୁଥିବାବେଳେ ଏ ସମ୍ପର୍କରେ ବିଡିଓ ଦୀପ୍ତିରାଣୀ ଦାସଙ୍କୁ ପଚାରିବାରେ ମୋ ନିକଟରେ ଏ ସମ୍ପର୍କରେ ଅଭିଯୋଗ ନାହିଁ। ତଥାପି ଏଥିପ୍ରତି ଦୃଷ୍ଟି ଦେବି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri