୫ ବସ୍‌ରେ ଆସି ଦିଗପହଣ୍ଡିରେ ପହଞ୍ଚିଲେ ୩୦୪ ପ୍ରବାସୀ ଓଡ଼ିଆ

ଦିଗପହଣ୍ଡି,୪ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକକୁ ରବିବାର ରାତିରେ ସୁରଟ ଓ କେରଳରୁ ସମୁଦାୟ ୩୦୪ ଜଣ ପ୍ରବାସୀ ଓଡ଼ିଆ ଆସି ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରେ ୭ ମହିଳାଙ୍କ ସମେତ ୨ ଶିଶୁ ଥିବା ଜଣାପଡ଼ିଛି। ଏମାନଙ୍କୁ ବ୍ଲକ ଅଧୀନ ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟ, ସିଦ୍ଧିଖଣ୍ଡୀ ପ୍ରାଥମିକ ବିଦ୍ୟାଳୟ ଓ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲର କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଥିବା ବିଡିଓ ହଳଧର ଶବର କହିଛନ୍ତି। ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟରେ ୨୩୨ ଜଣ, ଗୋକର୍ଣ୍ଣପୁର ହଷ୍ଟେଲରେ ୬୦ ଏବଂ ଟ୍ରେନ ଯୋଗେ କେରଳ ଫେରନ୍ତା ୧୨ ଜଣଙ୍କୁ ସିଦ୍ଧି ଖଣ୍ତୀ ପ୍ରାଥମିକ ବିଦ୍ୟାଳୟ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ରବିବାର ସକାଳେ ଟ୍ରେନ୍‌ ଯୋଗେ କେରଳରୁ ଆସିଥିବା ୧୨ ଶ୍ରମିକ ସ୍ବତନ୍ତ୍ର ବସ୍‌ ଯୋଗେ ପହଞ୍ଚିବା ପରେ ସେମାନଙ୍କୁ ସିଦ୍ଧିଖଣ୍ଡୀ ଗ୍ରାମର ପ୍ରାଥମିକ ବିଦ୍ୟାଳୟକୁ ନିଆଯାଇଥିଲା। ପରେ ଅପରାହ୍ନରେ ୪ଟି ବସ୍‌ ଯୋଗେ ଆସିଥିବା ୨୩୨ ଜଣଙ୍କୁ ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟକୁ ଅଣାଯାଇଥିଲା। ପରେ ରାତି ପ୍ରାୟ ସାଢ଼େ ୮ଟାରେ ଯାତ୍ରୀବାହୀ ବସ୍‌ରେ ଆସିଥିବା ୬୦ ଜଣଙ୍କୁ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲରେ ରଖାଯାଇଥିବା ଜଣାପଡ଼ିଛି। ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁ, ଆଇଆଇସି ବସନ୍ତ କୁମାର ସେଠୀ, କୋଭିଡ୍‌ – ୧୯ କରୋନା ନିୟନ୍ତ୍ରଣ ନୋଡାଲ ଅଧିକାରୀ ଉମେଶ ସେଠୀଙ୍କ ସମେତ ଏନ୍‌ଫୋର୍ସ ମେଣ୍ଟ ସ୍କ୍ବାଡ୍‌ ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରଗୁଡ଼ିକୁ ପରିଦର୍ଶନ କରି ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ତଦାରଖ କରିଛନ୍ତି। ପ୍ରବାସୀ ଶ୍ରମିକମାନଙ୍କୁ ପଞ୍ଚାୟତ ପକ୍ଷରୁ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଓ ରନ୍ଧାଖାଦ୍ୟ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri