୫ ମାସ ପରେ ହେଲ୍ପ ଡେସ୍କ ଚଳଚଞ୍ଚଳ

ଅନୁଗୋଳ ଅଫିସ, ୧୭।୬

ଚିକିତ୍ସାରେ ସହଯୋଗ ସହ ଚିକିତ୍ସାଳୟର ମାନ ବଢ଼ାଇବାକୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ହେଲ୍ପ ଡେସ୍କ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିଲା। ତେବେ ଦୀର୍ଘ ୫ ମାସ ହେବ ଏହି ହେଲ୍ପ ଡେସ୍କ ଏକପ୍ରକାର କୋମା ଅବସ୍ଥାକୁ ଚାଲିଯାଇଥିଲା। ଏ ନେଇ ଗତ ୧୪ ତାରିଖରେ ‘କୋମାରେ ହେଲ୍ପ ଡେସ୍କ’ ଶୀର୍ଷକ ଖବର ‘ଧରିତ୍ରୀ’ରେ ପ୍ରକାଶ ପରେ ଅନୁଗୋଳର ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। କେତେଜଣ ବୁଦ୍ଧିଜୀବୀ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନକୁ ଟୁଇଟ୍‌ କରିଥିଲେ। ତେବେ ମଙ୍ଗଳବାର ମେଡିକାଲ କାର୍ଯ୍ୟାଳୟ ଖୋଲିବା ପରେ ଏଡିଏମ୍‌ଓ ଏହାର ତନାଘନା କରିଥିଲେ। ଏହାପରେ ହେଲ୍ପ ଡେସ୍କ ମ୍ୟାନେଜରଙ୍କୁ ଡାକି ତାଗିଦ୍‌ କରିଥିଲେ। ତୁରନ୍ତ ହେଲ୍ପ ଡେସ୍କ ମ୍ୟାନେଜରଙ୍କ ସହ ଭଲ୍ୟୁଣ୍ଟରମାନେ ବିଭିନ୍ନ ୱାର୍ଡ ବୁଲି ରୋଗୀଙ୍କ ପାଖରୁ ମତାମତ ସଂଗ୍ରହ କରିଥିବା ଦେଖାଯାଇଥିଲା। ଏପରି କି ବହିର୍ବିଭାଗକୁ ଆସୁଥିବା ରୋଗୀମାନଙ୍କ ପଞ୍ଜୀକରଣ କରିବା ସହ ସ୍ବାସ୍ଥ୍ୟସେବାରେ କେତେ ସନ୍ତୁଷ୍ଟ ଅଛନ୍ତି ସେ ନେଇ ଫିଡ୍‌ ବ୍ୟାକ୍‌ ମଧ୍ୟ ସଂଗ୍ରହ କରାଯାଇଥିବା ଦେଖିବାକୁ ମିଳିଥିଲା। ପ୍ରତ୍ୟେକ ଦିନ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ୫-ଟି ବିଭାଗକୁ କାର୍ଯ୍ୟ ସମ୍ପର୍କରେ ଅବଗତ କରାଯିବ ବୋଲି ମେଡିକାଲ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri