Posted inଜାତୀୟ

୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭାଜପା ଭରସା

ନୂଆଦିଲ୍ଲୀ,୨୨ା୫(ପି.ଟି.): ଏକ୍‌ଜିଟ୍‌ ପୋଲ୍‌ଗୁଡ଼ିକ ଭାଜପା ସପକ୍ଷରେ ଜନମତ ରହିଥିବା ଭବିଷ୍ୟବାଣୀ କରିଥିବାବେଳେ ୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭରସା କରିଛି ଗୈରିକ ଦଳ। ୨୦୧୪ ସାଧାରଣ ନିର୍ବାଚନରେ ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ର ୧୮୫ ଆସନ ମଧ୍ୟରୁ ଭାଜପାକୁ ୯୦% ଅର୍ଥାତ୍‌ ୧୬୫ଟିରେ ସଫଳତା ମିଳିଥିଲା। ଏଥର ମଧ୍ୟ ବିହାର, ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ଭାଜପାର ପ୍ରଦର୍ଶନ ଭଲ ରହିବ ବୋଲି ଅଧିକାଂଶ ସର୍ଭେ ସଂସ୍ଥା ପକ୍ଷରୁ କୁହାଯାଇଛି। ଛତିଶଗଡ଼ରେ କଂଗ୍ରେସ ଓ ଭାଜପା ମଧ୍ୟରେ କଡ଼ା ଟକ୍କର ହେବ ବୋଲି ଅନୁମାନ କରାଯାଉଛି। ସେହିପରି ଉତ୍ତରପ୍ରଦେଶରେ ଗତଥର ଭାଜପା ୮୦ ଆସନ ମଧ୍ୟରୁ ୭୧ ଆସନରେ ସଫଳତା ପାଇଥିବାବେଳେ ଏଥର ଏସ୍‌ପି-ବିଏସ୍‌ପି ମେଣ୍ଟ ଯୋଗୁ ୩୩-୬୫ଟି ସିଟ୍‌ ଦଖଲ କରିବ ବୋଲି କୁହାଯାଉଛି। ତେଣୁ ୫ ରାଜ୍ୟରେ ଭାଜପାକୁ ଏଥର ୮୯ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିବ ବୋଲି କେତେକ ସଂସ୍ଥା ଆକଳନ କରିଛନ୍ତି। ଅନ୍ୟ କେତେକ ଏକ୍‌ଜିଟ୍‌ ପୋଲ୍‌ର ହିସାବକୁ ଧରିନିଆଗଲେ ଏହି ସଂଖ୍ୟା ୧୪୪କୁ ଛୁଇଁବ। ସେହିପରି ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ଦଳର ପ୍ରଦର୍ଶନ ଉପରେ ମଧ୍ୟ ଭାଜପା ନେତା ଆଶାବାଦୀ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୋନରେ କଥା ହେଉହେଉ ହଠାତ୍ ଟ୍ରମ୍ପଙ୍କ ଉପରେ ରାଗିଗଲେ ନେତାନ୍ୟାହୁ, କହିଦେଲେ ଏହି ବଡ଼ କଥା

ଓ୍ବାଶିଂଟନ,୨୧।୫: ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷର ଭବିଷ୍ୟତ ରଣନୀତି ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ଟେଲିଫୋନ୍ ଆଲୋଚନା…

ମମତାଙ୍କୁ ଲାଗିଲା ଜୋରଦାର ଝଟକା! ପ୍ରଥମେ ଶୋଚନୀୟ ପରାଜୟ, ଆଉ ଏବେ… ରାସ୍ତାକୁ ଓହ୍ଲାଇବେ ଦିଦି!

କୋଲକାତା,୨୧।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ନେତ୍ରୀ ମମତା ବାନାର୍ଜୀଙ୍କ ଚିନ୍ତା ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦମନମୂଳକ ପରାଜୟ ପରେ, ତାଙ୍କୁ…

ଏବେ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଦେବାକୁ ପଡିବ ଏତେ ଟଙ୍କା! ଜାରି ହେଲା ନୂଆ ଦାମ୍‌

ନୂଆଦିଲ୍‌ଲୀ,୨୧।୫: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଏବଂ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଯୋଗୁଁ, ଘରୋଇ ବଜାରରେ ପେଟ୍ରୋଲ ଏବଂ ଡିଜେଲ…

୪୦ ବିଲିୟନ ଡଲାର ନିବେଶ, ପ୍ରଯୁକ୍ତିବିଦ୍ୟା… ପ୍ରଧାନମନ୍ତ୍ରୀ ମୋଦିଙ୍କ ୫ ଦେଶ ଗସ୍ତରୁ କ’ଣ ହେଲା ହାସଲ? ଜାଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ, ୨୧।୫: ଭାରତ କେବଳ ଏକ ବଜାର ନୁହେଁ ବରଂ ବିଶ୍ୱର ପ୍ରମୁଖ ଅର୍ଥନୀତି ମଧ୍ୟରେ ଏକ ବିଶ୍ୱସ୍ତ ଶକ୍ତି ଭାବରେ ଉଭା ହେଉଛି। ଏହି କାରଣରୁ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର, ଲକ୍ଷଣ ଦେଖାଗଲେ….

ନୂଆଦିଲ୍ଲୀ,୨୧।୫: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ: ପଠାଇଲେ ଯୁଦ୍ଧଜାହଜ

ଓ୍ବାଶିଂଟନ୍‌,୨୧।୫: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବା ଆଡକୁ ଧ୍ୟାନ ଦେଇଛନ୍ତି। ଟ୍ରମ୍ପ କ୍ୟୁବା ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri