୬ବର୍ଷ ହେଲା ପ୍ରକଳ୍ପ ଅଧାପନ୍ତରିଆ: ପାଣି ପାଇଁ ଗ୍ରାମବାସୀ ହୀନସ୍ତା

ନୟାଗଡ଼ ଅଫିସ,୧୬ା୧୨: ଜିଲାରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ଦ୍ୱାରା କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡ଼ିଥିଲେ ମଧ୍ୟ ଏଥିପ୍ରତି କର୍ତ୍ତୃପକ୍ଷ ନଜର ଦେଉ ନ ଥିବା ଅଭିଯୋଗ ହେଉଛି। ଫଳରେ ଲୋକମାନେ ପାନୀୟ ଜଳ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏଭଳି ଏକ ଘଟଣା ନୟାଗଡ଼ ବ୍ଲକ ବାଉଁଶିଆପଡ଼ା ପଞ୍ଚାୟତ ପାଟଚଣ୍ଡୀପ୍ରସାଦ ଗ୍ରାମରେ ଦେଖିବାକୁ ମିଳିଛି। ୬ବର୍ଷ ତଳେ ଆରମ୍ଭ କରାଯାଇଥିବା ଜଳ ଯୋଗାଣ ପ୍ରକଳ୍ପ ବର୍ତ୍ତମାନ ସୁଦ୍ଧା ସରିନାହିଁ। ଫଳରେ କେବେ ପ୍ରକଳ୍ପ ସରି ଗ୍ରାମକୁ ପାଇପ୍‌ ଯୋଗେ ଜଳଯୋଗାଣ କରାଯିବ ତାହାକୁ ଗ୍ରାମବାସୀ ଅପେକ୍ଷା କରିଛନ୍ତି। ଏହି ଗ୍ରାମରେ ବସବାସ କରୁଥିବା ୩୦୦ ପରିବାରର ଲୋକଙ୍କ ପାନୀୟ ସମସ୍ୟାକୁ ଆଖି ଆଗରେ ରଖି ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ତରଫରୁ ୨୦୧୩-୧୪ ଆର୍ଥିକ ବର୍ଷରେ ପାଟପୁର ଗ୍ରାମରେ ପ୍ରକଳ୍ପ କରାଯିବା ପାଇଁ ଟଙ୍କା ମଞ୍ଜୁର ହୋଇଥିଲା। ପାଖାପାଖି ୬ ଲକ୍ଷ ଟଙ୍କା ବ୍ୟୟରେ ଇନ୍‌ଟେକ ୱେଲ ଓ ଗୃହ ତିଆରି କରାଗଲା। ୨୦୧୮ ମସିହା ସୁଦ୍ଧା ଏହି କାର୍ଯ୍ୟ ଅଧାପନ୍ତରିଆ ଭାବେ ପଡ଼ି ରହିଲା। ଏ ନେଇ ପଚାରିବାରୁ ସେଠାରେ ପାଣିର ଉତ୍ସ ନ ଥିବା କହି ବିଭାଗ ଦିନ ପରେ ଦିନ ଗଡ଼ାଇ ଚାଲିଥିଲା। ପରେ ୨୦୧୮-୧୯ ଆର୍ଥିକ ବର୍ଷରେ ଏହି ପ୍ରକଳ୍ପ ନୂଆ ଯୋଜନାରେ କାର୍ଯ୍ୟକାରୀ କରିବା ପାଇଁ ଟଙ୍କା ମଞ୍ଜୁର ହୋଇଥିଲା। ବର୍ତ୍ତମାନ ଅଧା କାମ ସରିଥିବା ବେଳେ କେତେବେଳେ କାମ ସରିବ ତାହା କେହି କହି ପାରୁନାହାନ୍ତି। ଏ ନେଇ ଗ୍ରାମବାସୀ ବିଭିନ୍ନ ସ୍ଥାନରେ ଅଭିଯୋଗ କରିଥିଲେ ମଧ୍ୟ ପଦକ୍ଷେପ ଶୂନ। ଫଳରେ ବାଧ୍ୟ ହୋଇ ଗ୍ରାମରେ ଥିବା ଏକ ନଳକୂପ ଓ ପୋଖରୀରୁ ଲୋକମାନେ ଦୂଷିତ ପାଣି ପିଉଛନ୍ତି। ଏ ନେଇ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ରାଜୀବ କୁମାର ପାଣିଗ୍ରାହୀଙ୍କୁ ପଚାରିବାରୁ ସେ କିଛିମାସ ମଧ୍ୟରେ ଉକ୍ତ ପ୍ରକଳ୍ପ କାମ ଶେଷ କରାଯାଇ ଜଳଯୋଗାଣ କରାଯିବ ବୋଲି ପ୍ରକାଶ କରିଥିଲେ। ଆଗକୁ ଗ୍ରୀଷ୍ମଋତୁ ଆସୁଥିବାରୁ ତୁରନ୍ତ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri