୬ରୁ ଭଙ୍ଗାହେବ ବେଆଇନ ଘର, ନିର୍ମାଣ

ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ବେଆଇନ ନିର୍ମାଣକୁ ନିୟମିତ ତଥା ସ୍ବୀକୃତ କରିବାକୁ ସୁଯୋଗ ଦେଇଛନ୍ତି ରାଜ୍ୟ ସରକାର। ଏଥିପାଇଁ ୨୦୧୮ରୁ କାର୍ଯ୍ୟକାରୀ ହୋଇଛି ‘ସର୍ବକ୍ଷମା’ ଯୋଜନା। ଇତିମଧ୍ୟରେ ୨ଥର ସଂଶୋଧନ କରାଯାଇ ଲୋକଙ୍କୁ ୬ ମାସ ଲେଖାଏ ମହଲତ ଦିଆଯାଇଛି। ଏହାସତ୍ତ୍ୱେ ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ବେଆଇନ ଘର ବା ନିର୍ମାଣର ପ୍ଲାନ୍‌ ଆପ୍ରୁଭାଲ୍‌ ପାଇଁ ଅନେକେ ଆବେଦନ କରିନାହାନ୍ତି। ଆସନ୍ତା ମାସ ୫ ତାରିଖରେ ମହଲତ ଅବଧି ସରୁଛି। ଏହାପରଠାରୁ ଅର୍ଥାତ୍‌ ଫେବୃୟାରୀ ୬ରୁ ପ୍ଲାନ୍‌ ଆପ୍ରୁଭାଲ ନ ଥିବା ବେଆଇନ ଘର ବା ନିର୍ମାଣ ଭଙ୍ଗା ଆରମ୍ଭ ହେବ। ଏଥିପାଇଁ ନଗର ଉନ୍ନୟନ ବିଭାଗ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ), କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ), ରାଉରକେଲା ଉନ୍ନୟନ କର୍ତ୍ତୃପକ୍ଷ (ଆର୍‌ଡିଏ), ତାଳଚେର-ଅନୁଗୋଳ-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ, ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ, ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷ, ପୁରୀ-କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷ, କଳିଙ୍ଗନଗର ଉନ୍ନୟନ କର୍ତ୍ତୃପକ୍ଷ ଓ ପାରାଦୀପ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି।
ବିଡିଏ ଏକ ପ୍ରେସ୍‌ ବିବୃତିରେ ପ୍ରକାଶ କରିଛି ଯେ, ସୁଯୋଗ ଦିଆଯିବା ସତ୍ତ୍ବେ ଜନସାଧାରଣ ବିନା ପ୍ଲାନ୍‌ ଆପ୍ରୁଭାଲରେ ବେଆଇନ ନିର୍ମାଣ ଜାରି ରଖିଛନ୍ତି। ଆଉ ଏହାର ଅବଧି ବଢାଯିବ ନାହିଁ କି ସୁଯୋଗ ବି ଦିଆଯିବନି। ଫେବୃୟାରୀ ୬ରୁ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ବେଆଇନ ନିର୍ମାଣକୁ ଉଚ୍ଛେଦ କରାଯିବ। ବିଡିଏ ପ୍ଲାନିଂ ମେମ୍ବର ଗୌରୀଶଙ୍କର ଭୂୟାଁ କହିଛନ୍ତି, ଓଡ଼ିଶା ଡେଭ୍‌ଲପ୍‌ମେଣ୍ଟ ଆକ୍ଟ-୧୯୮୨ ଅନୁସାରେ ବିଲ୍ଡିଂଗୁଡ଼ିକୁ ଯାଞ୍ଚ କରାଯିବ। ଯେକେହି ବି ପ୍ଲାନ୍‌ ଆପ୍ରୁଭାଲ ନ କରି ବେଆଇନ ଭାବେ ନିର୍ମାଣ କରିଥିବ, ତାଙ୍କ ପ୍ରତି କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ। ବର୍ତ୍ତମାନ ସୁଦ୍ଧା ୩୯୦୦ ଆବେଦନପତ୍ର ବିଡିଏର ହସ୍ତଗତ ହୋଇଥିବାବେଳେ ଆଉମାତ୍ର ୨ ସପ୍ତାହର ସମୟ ରହିଲା। ଏବେ ବାକିଥିବା ଲୋକେ ଆବେଦନ କରିବା ଜରୁରୀ ବୋଲି ସେ ପରାମର୍ଶ ଦେଇଛନ୍ତି।
ସୂଚନାଯୋଗ୍ୟ, ପ୍ରଥମେ ବେଆଇନ ନିର୍ମାଣକୁ ନିୟମିତ କରିବା ଯୋଜନା (ସର୍ବକ୍ଷମା) -୨୦୧୮’ ପ୍ରଣୟନ କରାଯାଇଥିଲା। ଜରିମାନା ପରିମାଣ ଅତ୍ୟଧିକ ହେବାରୁ ଲୋକେ ଏହି ଯୋଜନାରେ ଆବେଦନ କରିବାକୁ ପଛଘୁଞ୍ଚା ଦେଲେ। ଏହାକୁ ଅନୁଭବ କରିବା ପରେ ନଗର ଉନ୍ନୟନ ବିଭାଗ ଜରିମାନା ପରିମାଣକୁ ଅଧା ହ୍ରାସ କଲେ। ଏଥିତ୍ପାଇଁ ପୂର୍ବ ନିୟମରେ କେତେକ ସଂଶୋଧନ ଆଣି ୨୦୧୯ ଅଗଷ୍ଟ ୫ରେ ନୂଆ ବିଜ୍ଞପ୍ତି ପ୍ରକାଶ କଲେ। ଅଧିକରୁ ଅଧିକ ଲୋକ ଯେପରି ସର୍ବକ୍ଷମା ଯୋଜନାରେ ସାମିଲ୍‌ ହେବେ ତାହା ଉପରେ ଗୁରୁତ୍ୱ ଦିଆଯାଇଥିଲା। ବାସଗୃହ, ବ୍ୟବସାୟିକ ଘରର ସେଟ୍‌ବ୍ୟାକ୍‌, ପାର୍କିଂ, କମ୍ପାଉଣ୍ଡିଂ ଚାର୍ଜ ଆଦିରେ କୋହଳ କରାଯାଇଥିଲା। ଏହାସତ୍ତ୍ୱେ ବି ଭୁବନେଶ୍ୱରରେ ମାତ୍ର ୩୯୦୦ ଆବେଦନ ଆସିଥିବା ଓ ଅନ୍ୟ ଉନ୍ନୟନ କର୍ତ୍ତୃପକ୍ଷଙ୍କ ନିକଟରେ ଖୁବ୍‌ କମ୍‌ ଆବେଦନ ହୋଇଥିବାରୁ ସରକାର ଆଉ ସମୟ ଓ ସୁଯୋଗ ଦେବେ ନାହିଁ ବୋଲି ନିଷ୍ପତ୍ତି ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri