୬ରେ କଳା ଦିବସ ପାଳିବ କୁଡୁମୀ ସେନା

ବାରିପଦା ଅଫିସ,୨ା୯- ୧୯୫୦ ସେପ୍ଟେମ୍ବର ୬ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁଡୁମୀ ଜାତିକୁ ଜନଜାତି ତାଲିକାରୁ ବାଦ ଦିଆଯାଇଥିଲା ା ଏହାର ପ୍ରତିବାଦରେ ବିଗତ ଦିନରେ ଏହି ଦିବସକୁ କଳା ଦିବସ ରୂପେ ପାଳନ କରାଯାଉଥିବା ବେଳେ ସମଗ୍ର ରାଜ୍ୟରେ ଆସନ୍ତା ୬ ତାରିଖରେ କୁଡୁମୀ ସେନା ପକ୍ଷରୁ କଳା ଦିବସ ରୂପେ ପାଳନ କରାଯିବ ବୋଲି ରାଜ୍ୟ ସଭାପତି ଜୈମୁନି ମହାନ୍ତ ବାରିପଦାଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ା ପ୍ରତି ଜିଲାର ଜିଲାପାଳ ଓ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହେବ ବୋଲି ସେ ପ୍ରକାଶ କରିଛନ୍ତି। ମୟୂରଭଞ୍ଜ ଜିଲାର ସଦର ମହକୁମା ବାରିପଦାଠାରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହେବା ସହିତ କପ୍ତିପଦା, ବାମନଘାଟୀ ଓ ପାଞ୍ଚପୀଢ ଉପଖଣ୍ଡରେ ଥିବା ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ସିଦ୍ଧାନ୍ତ ନିଆଯାଇଛି। ଏହି ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରି ଦିଲୀରେ ଏକତ୍ରିତ ହୋଇ ପ୍ରତିବାଦ ସଭା ସହ ବିକ୍ଷୋଭ କରିବାକୁ ମଧ୍ୟ ସେ ଆହ୍ବାନ ଦେଇଛନ୍ତି। ଏହା ବ୍ୟତୀତ ଓଡ଼ିଶାର ୯ ଟି ଜିଲାରେ ଥିବା କୁଡୁମୀ ଭଉଣୀଭାଇମାନେ ଏହି ଲଢେଇରେ ସାମିଲ ହେବା ପାଇଁ ସେ ନିବେଦନ କରିଛନ୍ତି ା ଏହିି ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉପସଭାପତି ଦିବ୍ୟସିଂହ ମହାନ୍ତ, ଜିଲା ସଭାପତି ଦୁର୍ଗା ଚରଣ ମହାନ୍ତ, ଡମ୍ବରୁଧର ମହାନ୍ତ, ଜିଲା ମହିଳା ସଭାପତି ସବିତା ମହାନ୍ତ, ଜଗଦୀଶ ମହାନ୍ତ, ବିବେକାନନ୍ଦ ମହାନ୍ତ, ମହେନ୍ଦ୍ର ମହାନ୍ତ, ସମନାଥ ମହାନ୍ତ, ନବକିଶୋର ମହାନ୍ତ ଓ ସୂର୍ଯ୍ୟ ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri