Posted inଫୁରସତ

୬୦୦ ବର୍ଷ ପୁରୁଣା ଦରଘାରେ ରହିଛି ଗାଈ ମଜାର

ଅଯୋଧ୍ୟା,୧୬।୨: ଦେଶରେ ମନ୍ଦିର -ମସଜିଦ୍‌ ନେଇ ବିବାଦ ଜାରି ରହିଛି। ତେବେ ଅଯୋଧ୍ୟାରେ ଏକ ୬୦୦ ବର୍ଷ ପୁରୁଣା ଦରଘାରେ ଏକ ଗାଈର ବଜାର ରହିଛି। ଏହା ସାମ୍ପ୍ରଦାୟିକ ସଦ୍‌ଭାବ ବାର୍ତ୍ତା ବହନ କରିଛି। ଦରଘାକୁ ସମସ୍ତ ଧର୍ମର ଲୋକେ ଆସିଥାନ୍ତି। ସ୍ଥାନୀୟ ମଖଦୁମ୍‌ ସାହେବ ଦରଘାରେ ରହିଛି ଗାଈର ମଜାର। ଏହି ଦରଘା ଲୋକଙ୍କ ମଧ୍ୟରେ ଗୋ ସେବାର ବାର୍ତ୍ତା ପ୍ରସାର କରିଥାଏ। ଏଠାରେ ବାସ କରୁଥିବା ସୁଫି ସନ୍ଥ ମଖଦୁମ୍‌ ସାହେବ ୧୪ ଶତାବ୍ଦୀରେ ଗାଈ ମଜାର ସ୍ଥାପନା କରି ଲୋକଙ୍କ ମଧ୍ୟରେ ଏକତା ଭାବନା ସୃଷ୍ଟି କରିବାର ପ୍ରୟାସ କରିଥିଲେ। ନିଜ ପ୍ରିୟ ପୋଷା ଗାଈର ମୃତ୍ୟୁରେ ମର୍ମାହତ ହୋଇ ମଖଦୁମ୍‌ ସାହେବ ଏହି ମଜାର ନିର୍ମାଣ କରିଥିଲେ। ପରେ ମଜାରରେ ମାନସିକ କଲେ ତାହା ପୂରଣ ହେଉଥିବା ପ୍ରଚାରିତ ହୋଇଥିଲା। ସେବେଠାରୁ ଏଠାକୁ ଶ୍ରଦ୍ଧାଳୁ ମାନେ ଆସିବା ଆରମ୍ଭ କରିଥିଲେ। ମଖଦୁମ୍‌ ସାହେବଙ୍କ ଦେହାନ୍ତ ପରେ ତାଙ୍କର ଅନ୍ତିମ ଇଛା ଅନୁଯାୟୀ ତାଙ୍କୁ ମଧ୍ୟ ଏଠାରେ କବର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri