୬୦୦ ଲିଟର ଦେଶୀ ମଦ, ୯୨୮୦ କେଜି ମହୁଲ ପୋଚ ଜବତ: ୨ ଗିରଫ

ଆନନ୍ଦପୁର,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅବକାରୀ ବିଭାଗ ଓ ପୋଲିସର ମିଳିତ ଚଢ଼ାଉରେ ବହୁଳ ପରିମାଣର ଦେଶୀ ମଦ, ରନ୍ଧାସାମଗ୍ରୀ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ କଣ୍ଟିପାଳର ସୁବାସ ନାୟକ(୨୫) ଓ ନିତ୍ୟାନନ୍ଦ ନାହାକ(୬୦)।
କେନ୍ଦୁଝର ଜିଲା ଅବକାରୀ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ସୀତାକାନ୍ତ ମୁଦୁଲି, ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁଙ୍କ ନିର୍ଦ୍ଦେଶରେ ଏହି ଚଢ଼ାଉ ହୋଇଥିଲା। ଆନନ୍ଦପୁର ଅବକାରୀ ବିଭାଗ ଇନ୍ସପେକ୍ଟର ସନ୍ତୋଷ ପ୍ରଧାନଙ୍କ ତତ୍ୱାବଧାନରେ ଅବକାରୀ ବିଭାଗ ଅଫିସ ଇନ୍‌ଚାର୍ଜ ନରେନ୍ଦ୍ର ପ୍ରଧାନ, ଅବକାରୀ ବିଭାଗ କର୍ମଚାରୀଙ୍କ ସହିତ ପୋଲିସର ସ୍ବତନ୍ତ୍ର ସ୍କାଡ୍‌ ଏହି ଚଢ଼ାଉରେ ସାମିଲ ହୋଇ ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତର ବାଘମରା ସାହି, ମହାପାତ୍ର ସାହି, ପଇତାପାଣିର ୬ଟି ସ୍ଥାନରେ ଚଢ଼ାଉ କରିଥିଲୋ। ଚଢ଼ାଉରେ ୬ ଶହ ଲିଟର ଦେଶୀ ମଦ, ୯୨୮୦ କେଜି ମହୁଲ ପୋଚ ଜବତ କରାଯିବା ସହ ବହୁ ପରିମାଣରେ ରନ୍ଧାମଦକୁ ନଷ୍ଟ କରାଯାଇଛି। ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ବିଭାଗ ଓଆଇସି ନରେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri