୬୨ ଛାତ୍ରୀଛାତ୍ର ଉଦ୍ଧାର

କାମାକ୍ଷାନଗର, ୧୨।୭(ଡି.ଏନ.ଏ.)-କଙ୍କଡ଼ାହାଡ଼ ବ୍ଲକ ଗଡ଼ପଳାଶୁଣୀ ପଞ୍ଚାୟତ ଇରିଙ୍ଗାଝରଣରେ ବେଆଇନ ଭାବେ ଚାଲିଥିବା ଶ୍ରୀ ଲକ୍ଷ୍ମୀନାରାୟଣ ଆଶ୍ରମ ବିଦ୍ୟାଳୟର ୩ୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ପରେ ସ୍କୁଲର କଳା କାରନାମା ଉପରୁ ଧୀରେ ଧୀରେ ପରଦା ହଟିବାରେ ଲାଗିଛି। ଜିଲା ଶିଶୁ ସୁରକ୍ଷା କମିଟି (ସିଡବ୍ଲ୍ୟୁସି), ଜିଲା ଶିକ୍ଷା ବିଭାଗ ପକ୍ଷରୁ ତନାଘନା ପରେ ସ୍କୁଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ବିଭିନ୍ନ ଜିଲାରୁ ଆସି ଏଠାରେ ପଢୁଥିବା ୬୨ଜଣ ଛାତ୍ରୀଛାତ୍ରଙ୍କୁ ପ୍ରଶାସନ ଉଦ୍ଧାର କରି ସିଡବ୍ଲ୍ୟୁସିକୁ ହସ୍ତାନ୍ତର କରିଛି। ସେମାନଙ୍କ ମଧ୍ୟରେ ୧୭ ଛାତ୍ରୀ, ୪୫ ଜଣ ଛାତ୍ର ଅଛନ୍ତି। ସମସ୍ତେ ପ୍ରଥମରୁ ସପ୍ତମ ଶ୍ରେଣୀରେ ପଢୁଥିବା ଜଣାପଡ଼ିଛି। ଉଦ୍ଧାର ଛାତ୍ରୀଛାତ୍ରଙ୍କୁ ଗୋବିନ୍ଦପୁରସ୍ଥିତ ମହର୍ଷି ଦୟାନନ୍ଦ ସର୍ଭିସ ମିଶନ ଶିଶୁଗୃହରେ ରଖାଯିବ। ପରେ ସେମାନଙ୍କୁ ବିଭିନ୍ନ ସରକାରୀ ଛାତ୍ରାବାସରେ ଥଇଥାନ କରାଯିବ ବୋଲି ବ୍ଲକ ଶିକ୍ଷାଧିକାରୀ ହରିହର ଦେହୁରୀ ସୂଚନା ଦେଇଛନ୍ତି।
ଗୁରୁବାର ଉପଜିଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟଙ୍କ ତତ୍ତ୍ୱାବଧାନରେ ବ୍ଲକ ଶିକ୍ଷା ବିଭାଗ, ବ୍ଲକ ପ୍ରଶାସନ, ଜିଲା ଶିଶୁ ସୁରକ୍ଷା ବିଭାଗ, ଚାଇଲ୍ଡ ହେଲ୍ପ ଲାଇନ କର୍ମକର୍ତ୍ତା, ପୋଲିସ ଅଧିକାରୀଙ୍କ ଉପସ୍ଥିତିରେ ଅନ୍ତେବାସୀଙ୍କୁ ଉଦ୍ଧାର କରାଯାଇଥିଲା। ସେମାନଙ୍କୁ ଏକ ସ୍ବତନ୍ତ୍ର ବସ୍‌ରେ ଗୋବିନ୍ଦପୁରସ୍ଥିତ ଶିଶୁଗୃହକୁ ଅଣାଯାଇଛି। ଏ ନେଇ ବିଇଓ ହରିହର ଦେହୁରୀ କୁହନ୍ତି, ଛାତ୍ରୀଛାତ୍ରମାନେ ସ୍କୁଲ ଛାଡ଼ିବା ବେଳକୁ ଭାବବିହ୍ବଳ ହୋଇଯାଇଥିଲେ। କନ୍ଦାକଟା କରିଥିଲେ। ସମସ୍ତଙ୍କୁ ବୁଝାଶୁଝା କରାଯାଇଛି। ସେମାନଙ୍କ ପାଠପଢ଼ା, ସ୍ବାସ୍ଥ୍ୟାବସ୍ଥା ବୁଝିବା, ଉତ୍ତମ ପରିବେଶରେ ରଖିବା ପ୍ରଶାସନର ପ୍ରଥମ କର୍ତ୍ତବ୍ୟ ହେବ। ଖୁବ୍‌ଶୀଘ୍ର ସରକାରଙ୍କ ଦ୍ବାରା ପରିଚାଳିତ ଆଶ୍ରମ ବିଦ୍ୟାଳୟରେ ସେମାନଙ୍କ ନାମଲେଖା ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri