୬୨ ବର୍ଷରେ ପାଦ ଦେଲେ ଶୋମା ଆନନ୍ଦ: ଗୋଟିଏ ଭୁଲ ପାଇଁ ଅଭିନୟ ଜୀବନରେ ଆସିଥିଲା ଭଟ୍ଟା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶୋମା ଆନନ୍ଦ ରବିବାର ୬୨ ବର୍ଷରେ ପାଦ ଦେଇଛନ୍ତି। ୧୯୫୮ ଫେବୃୟାରୀ ୧୬ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୬ରେ ବାରୁଦ ଫିଲ୍ମରେ ସେ ଋଷି କପୁରଙ୍କ ଅପୋଜିଟ୍‌ରେ ଅଭିନୟ କରିଥିଲେ। ଋଷିଙ୍କ ଭଳି ବଡ଼ ଷ୍ଟାରଙ୍କ ସହିତ ଫିଲ୍ମ କରି ମଧ୍ୟ ଶୋମାଙ୍କ କ୍ୟାରିଅର ଆଗକୁ ଆଗେଇ ନ ଥିଲା। ସେ କୁଲି, ଜାଗିର୍‌, ଜୈସୀ କରନି ୟୈସୀ ଭରନି ଆଦି ଫିଲ୍ମରେ ସହ ଅଭିନେତ୍ରୀ ଭାବେ ଅଭିନୟ କରିଥିଲେ। ଜୀବନରେ ଗୋଟିଏ ଭୁଲ୍‌ ପାଇଁ ତାଙ୍କର ଅଭିନୟ ଜୀବନରେ ଭଟ୍ଟା ଆସିଥିଲା ବୋଲି ସେ କୁହନ୍ତି। ଶୋମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ତାରିକ ଶାହାଙ୍କୁ ବିବାହ କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିଲେ। ଏହା ତାଙ୍କ ଜୀବନର ଗତିପଥକୁ ବଦଳାଇ ଦେଇଥିଲା। ପରବର୍ତ୍ତୀ ସମୟରେ ତାଙ୍କୁ ପରିବାର ସୁଖ ମିଳି ନ ଥିଲା କି ଫିଲ୍ମ ବି ମିଳି ନ ଥିଲା। ତେବେ ଅଭିନୟ କରିବା ଜିଦ୍‌ ଯୋଗୁ ସେ ହାର୍‌ ମାନି ନ ଥିଲେ। ବଡ଼ ପରଦାରୁ ଦୂରେଇ ଯିବା ପରେ ଶୋମା ଛୋଟ ପରଦାରେ ଅଭିନୟ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri