୬୫ତମ ବନ୍ୟପ୍ରାଣୀ ସପ୍ତାହ ପାଳନ

ଖଡିଆଳ,୪।୧୦(ଡି.ଏନ.ଏ.) – ନୂଆପଡା ଜିଲା ଖଡିଆଳ ବନାଞ୍ଚଳ ପକ୍ଷରୁ ୬୫ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ଆରମ୍ଭ ହୋଇଯାଇଛି । ଏହା ଆସନ୍ତା ୮ ତାରିଖରେ ଉଦଯାପିତ ହେବ। ଏହି ପରିପ୍ରେକ୍ଷୀରେ ଗୁରୁବାର ଖଡିଆଳ ବନାଞ୍ଚଳ ପକ୍ଷରୁ ଖଡିଆଳ ୱେଷ୍ଟର୍ଣ୍ଣ ଓଡିଶା ପବ୍ଲିକ ସ୍କୁଲର ଛାତ୍ରୀଛାତ୍ରମାନଙ୍କୁ ନେଇ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ଛାତ୍ରୀଛାତ୍ର ଓ ବନବିଭାଗ କର୍ମଚାରୀମାନେ ମିଳିତ ଭାବେ ଖଡିଆଳ ଡିଏଫଓଙ୍କ କାର୍ଯ୍ୟାଳୟଠାରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ସହ ବନ୍ୟପ୍ରାଣୀ ସୁରକ୍ଷା ଓ ପଲିଥିନ ବ୍ୟବହାର ବନ୍ଦ କରିବା ନେଇ ଲୋକଙ୍କୁ ସଚେତନ କରିଥିଲେ। ଖଡିଆଳ ବନାଞ୍ଚଳ ସଭାଗୃହଠାରେ ଖଡିଆଳ ରେଞ୍ଜର ସଦାନନ୍ଦ ସୁନାନୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଖଡିଆଳ ବନଖଣ୍ଡ ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର, ଖଡିଆଳ କଲେଜ ପୂର୍ବତନ ଅଧ୍ୟକ୍ଷ ରାମଚନ୍ଦ୍ର ମିଶ୍ର, କୁନୁ କରୁଆଁ, ଶିକ୍ଷାବିତ ସୁଭ୍ରାଂଶୁ ଶେଖର ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇ ବନ୍ୟଜନ୍ତୁଙ୍କୁ କିପରି ସୁରକ୍ଷା ଦେଇହେବ ଏବଂ ଜୈବ ବିବିଧତାର ସୁରକ୍ଷା ଉପରେ ଆଲୋକପାତ କରିଥିଲେ। ସଭାରେ ବନାଞ୍ଚଳର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଶେଷରେ ବନରକ୍ଷୀ ମହାଦେବ ବନଛୋର ଧନ୍ୟବାଦ ଜଣାଇଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri