୬୫ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ: ଜଙ୍ଗଲ ଆୟତନ ୮୮୫ ବର୍ଗ କିଲୋମିଟର ବଢ଼ିଛି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଭବନଠାରେ ୬୫ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥିଭାବେ ଯୋଗଦେଇ ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ବାଲୁଖଣ୍ଡ, ଚନ୍ଦକା-ଡମପଡ଼ା ଅଭୟାରଣ୍ୟ ଏବଂ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାର୍ଯ୍ୟ ଚାଲୁ ରହିଛି ବୋଲି ସେ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ପିସିସିଏଫ୍‌ ସନ୍ଦୀପ ତ୍ରିପାଠୀ ଯୋଗଦେଇ ରାଜ୍ୟ ବନବିଭାଗର ନିରନ୍ତର ପ୍ରୟାସ କ୍ରମେ ରାଜ୍ୟର ଜଙ୍ଗଲ ଆୟତନ ୮୮୫ ବର୍ଗ କିଲୋମିଟର ବୃଦ୍ଧି ପାଇଛି ବୋଲି କହିଛନ୍ତି।
ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ଶାସନ ସଚିବ ମୋନା ଶର୍ମା ଯୋଗଦେଇ ପରିବେଶ ପର୍ଯ୍ୟଟନ ଉପରେ ଆଲୋକପାତ କରିଥିଲେ। ପିସିସିଏଫ୍‌ (ବନ୍ୟପ୍ରାଣୀ) ହରିଶଙ୍କର ଉପାଧ୍ୟାୟ ହାତୀମାନଙ୍କ ଚଳପ୍ରଚଳ ନିରୀକ୍ଷଣ ପାଇଁ ଆରମ୍ଭ ହୋଇଥିବା ‘ଗଜବନ୍ଧୁ’ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ବର୍ତ୍ତମାନ ଏହା ଢେଙ୍କାନାଳ ଜିଲାରେ କାର୍ଯ୍ୟକାରୀ ହେଉଥିବାବେଳେ ଆଉ ୫-୬ମାସ ପରେ ଅନ୍ୟ ଜିଲାଗୁଡ଼ିକରେ ମଧ୍ୟ ଆରମ୍ଭ କରିବାକୁ ଯୋଜନା କରାଯିବ ବୋଲି ସେ କହିଛନ୍ତି।
ଏହି ଅବସରରେ ପୁରୀ ଜିଲା ଅସ୍ତରଙ୍ଗର ବିଚିତ୍ରାନନ୍ଦ ବିଶ୍ୱାଳଙ୍କୁ ରାଜ୍ୟସ୍ତରୀୟ ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସଂରକ୍ଷଣ ପୁରସ୍କାର ପ୍ରଦାନ କରାଯାଇଥିଲା। ପୁରସ୍କାର ବାବଦରେ ୨ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଥିଲା। ଏହାସହ ବନ୍ୟପ୍ରାଣୀ ଫଟୋଗ୍ରାଫି ପ୍ରତିଯୋଗିତାର ଶ୍ରେଷ୍ଠ ୩ ଜଣ ପ୍ରତିଯୋଗୀ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବିଭାଗର ବିଭିନ୍ନ ଶାଖା ଏବଂ ନନ୍ଦନକାନନ ପ୍ରାଣୀଉଦ୍ୟାନ ତରଫରୁ ପ୍ରକାଶିତ ବିଭିନ୍ନ ପୁସ୍ତକ ଉନ୍ମୋଚିତ ହୋଇଥିଲା। ପ୍ରାରମ୍ଭରେ ବନ୍ୟଜନ୍ତୁଙ୍କ ସମ୍ପର୍କିତ ଏକ ପ୍ରଦର୍ଶନୀକୁ ମନ୍ତ୍ରୀ ଉଦ୍‌ଘାଟନ କରିଥିଲେ। ଶେଷରେ ନନ୍ଦନକାନନ ପ୍ରାଣୀଉଦ୍ୟାନର ନିର୍ଦ୍ଦେଶକ ଶଶି ପଲ୍‌ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri