୬୫,୨୧୦ଟଙ୍କା ଆଦାୟ କରି ରେକର୍ଡ କଲା ପ୍ଲାନେଟାରିୟମ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ପଠାଣି ସାମନ୍ତ ପ୍ଲାନେଟାରିୟମ ପୁଣି ଏକ ରେକର୍ଡ ସୃଷ୍ଟି କରିଛି। ଗତ ୨୨ ତାରିଖରେ ପ୍ଲାନେଟାରିୟମ ଗୋଟିଏ ଦିନରେ ସର୍ବାଧିକ ୫୫ହଜାର ୩୩୦ ଟଙ୍କା ସଂଗ୍ରହ କରି ରେକର୍ଡ ସୃଷ୍ଟି କରିଥିଲା। କିନ୍ତୁ ରବିବାର ପ୍ଲାନେଟାରିୟମ ପୁଣି ସେହି ରେକର୍ଡକୁ ଭାଙ୍ଗିଛି। ରବିବାର ଦର୍ଶକଙ୍କଠାରୁ ୬୫,୨୧୦ଟଙ୍କା ଆଦାୟ କରାଯାଇଥିଲା, ଯାହା ପଠାଣି ସାମନ୍ତ ପ୍ଲାନେଟାରିୟମର ୩୦ବର୍ଷର ଇତିହାସରେ ସର୍ବାଧିକ ବୋଲି ଉପନିର୍ଦ୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି। ସକାଳ ୧୦ଟାରୁ ଦର୍ଶକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ପୂର୍ବ ପ୍ରସ୍ତୁତି ଅନୁସାରେ ସକାଳ ୧୦ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ପ୍ରତି ଅଧଘଣ୍ଟା ବ୍ୟବଧାନରେ ଗୋଟିଏ ଲେଖାଏଁ ଶୋ ପରିବେଷଣ ହୋଇଥିଲା। ଶୋ ଗୁଡ଼ିକୁ କ୍ରମନ୍ବୟରେ ଓଡ଼ିଆ ଓ ହିନ୍ଦୀ ଭାଷାରେ ପରିବେଷଣ କରାଯାଇଥିଲା। ମୋଟ ୧୮ ଶୋ’କୁ ୨୫୭୯ ଦର୍ଶକ ଦେଖିଥିଲେ। ପ୍ଲାନେଟାରିୟମ ଅପରେଟର ସୁରେଶ ଚନ୍ଦ୍ର ପରିଚ୍ଛା, ସୁଶାନ୍ତ କୁମାର ବାନରା, ଚିତ୍ତରଞ୍ଜନ ଷଡ଼ଙ୍ଗୀ ଓ ପରମାନନ୍ଦ ସୋରେନ ତଥା ଅନ୍ୟାନ୍ୟ କର୍ମଚାରୀଙ୍କ ମିଳିତ ଉଦ୍ୟମରେ ଏହାକୁ ପରିଚାଳନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri