୬୭ତମ ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ

କଟକ ଅଫିସ,୨୮।୯: ବୃତ୍ତିଗତ ପ୍ରତିଯୋଗିତା ଦକ୍ଷତା ବୃଦ୍ଧି କରିଥାଏ। ପୋଲିସ ବିଭାଗର ବିଭିନ୍ନ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ଦକ୍ଷତା ବୃଦ୍ଧି ନିମନ୍ତେ ଏଭଳି ପ୍ରତିଯୋଗିତା ଆୟୋଜନ କରାଯାଉଛି ବୋଲି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଓଡ଼ିଶା ପୋଲିସ ପକ୍ଷରୁ ସ୍ଥାନୀୟ ବକ୍ସିବଜାର ରିଜର୍ଭ ପୋଲିସ ପଡିଆରେ ଶୁକ୍ରବାର ୬୭ତମ ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ମିଶ୍ର ଏହା କହିଛନ୍ତି। ଏଥିରେ ଡିଜିପି ବିଜୟ କୁମାର ଶର୍ମା ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ବୈଜ୍ଞାନିକ ପ୍ରଣାଳୀରେ ଅନୁସନ୍ଧାନ କ୍ଷେତ୍ରରେ ସହରାଞ୍ଚଳ ପୋଲିସ ଜିଲା କଟକକୁ ପ୍ରତିଯୋଗିତାରେ ଶ୍ରେଷ୍ଠ ଦଳ ଭାବେ ବିବେଚିତ କରାଯାଇ କ୍ଷେତ୍ରମୋହନ ବିଶ୍ୱାଳ ଟ୍ରଫି ପ୍ରଦାନ କରାଯାଇଥିଲା। ସେହିପରି ରାଜ୍ୟ କ୍ରାଇମବ୍ରାଞ୍ଚକୁ ରନର୍ସଅପ ଟ୍ରଫି ପ୍ରଦାନ କରାଯାଇଛି। କଟକ ସହରାଞ୍ଚଳ ପୋଲିସ ଜିଲାର ସବ୍‌ଇନ୍ସପେକ୍ଟର ମିତାଲି ମଧୁଲିତା ବିଶ୍ୱାଳଙ୍କୁ ବୈଜ୍ଞାନିକ ପ୍ରଣାଳୀରେ ଶ୍ରେଷ୍ଠ ଅନୁସନ୍ଧାନ ପାଇଁ ଏସ୍‌.କେ. ଘୋଷ ଟ୍ରଫି ଓ ଅର୍ଥରାଶି ଦିଆଯାଇଛି। ଏଥିସହିତ ରାଜ୍ୟ ବୃତ୍ତିଗତ ପ୍ରତିଯୋଗିତା ଓ ପୋଲିସ ଲ ଆଣ୍ଡ ପ୍ରୋସିଡିଓର ପ୍ରତିଯୋଗିତାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ମିତାଲିଙ୍କୁ ପୁରସ୍କୃତ କରାଯାଇଛି। କମ୍ପ୍ୟୁଟର ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ ଲାଗି ରାଉରକେଲା ପୋଲିସ ଜିଲାର କନଷ୍ଟେବଳ ପ୍ରଫୁଲ୍ଲ କୁମାର ପାତ୍ରଙ୍କୁ ରାଜ୍ୟ ଅପରାଧ ନଥି ସଂସ୍ଥା ଦ୍ୱାରା ପ୍ରଦତ୍ତ ଟ୍ରଫି ପ୍ରଦାନ କରାଯାଇଛି। କଟକ କେ-୯ ସଂସ୍ଥାର ରଞ୍ଜନ କୁମାର ବେହେରାଙ୍କୁ ଶ୍ରେଷ୍ଠ ଶ୍ୱାନ ପରିଚାଳକ ଏବଂ ସାଇବର କ୍ରାଇମ ଓ ବୈଷୟିକ ପ୍ରତିଯୋଗିତାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ମାଲକାନଗିରି ଜିଲାର ସବ୍‌ଇନ୍ସପେକ୍ଟର ଶଶିଭୂଷଣ ମିଶ୍ରଙ୍କୁ ପୁରସ୍କୃତ କରାଯାଇଛି। ଗତବର୍ଷ ଲକ୍ଷ୍ନୌଠାରେ ଅନୁଷ୍ଠିତ ସର୍ବଭାରତୀୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତାରେ ଭୁବନେଶ୍ୱର ସହରାଞ୍ଚଳ ଜିଲାର ଇନ୍ସପେକ୍ଟର ବନୀତା ମହାରଣା ମେଡିକୋ ଲିଗାଲ ଟେଷ୍ଟରେ ସ୍ବର୍ଣ୍ଣପଦକ ହାସଲ କରିଥିବାରୁ ତାଙ୍କୁ ୧୦ହଜାର ଅର୍ଥରାଶିରେ ସମ୍ମାନିତ କରାଯାଇଛି। ଏଥିରେ କ୍ରାଇମବ୍ରାଞ୍ଚ ଅତିରିକ୍ତ ଡିଜିପି ସନ୍ତୋଷ କୁମାର ଉପାଧ୍ୟାୟ ସ୍ବାଗତ ଭାଷଣ ଓ ଡିଆଇଜି ଅମିତେନ୍ଦ୍ର ନାଥ ସିହ୍ନା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri