୬୮ ବର୍ଷରେ ପ୍ରଥମଥର: ପାଳନ ହେବନି ବ୍ରିଟେନ ରାଣୀଙ୍କ ଜନ୍ମଦିନ

ଲଣ୍ଡନ,୧୯।୪: ବ୍ରିଟେନ ମହାରାଣୀ ଏଲିଜାବେଥଙ୍କ ଜନ୍ମଦିନ ଚଳିତ ବର୍ଷ ପାଳନ କରାଯିବନାହିଁ। ୬୮ ବର୍ଷରେ ପ୍ରଥମଥର ମହାରାଣୀଙ୍କ ଜନ୍ମଦିନ ପାଳନକୁ ବନ୍ଦ କରିଦିଆଯାଇଛି। ଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ଏହାସହ ଜନ୍ମଦିନରେ ତାଙ୍କୁ ଦିଆଯାଉଥିବା ପାରମ୍ପରିକ ତୋପ ସଲାମି ମଧ୍ୟ ଏଥର ଦିଆଯିବ ନାହିଁ ବୋଲି ସୂଚନା ମିଳିଛି। ବକିଂହାମ ପ୍ୟାଲେସ ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି। ଉକ୍ତ ସୂଚନା ଅନୁଯାୟୀ, ମହାରାଣୀ ଏଲିଜାବେଥ ଦ୍ୱିତୀୟ ୨୧ ଏପ୍ରିଲରେ ପାଳନ କରିବାକୁ ଥିବା ତାଙ୍କ ୯୪ତମ ଜନ୍ମଦିନର ପାରମ୍ପରିକ ଉତ୍ସବକୁ ରଦ୍ଦ କରିଦେଇଛନ୍ତି। ତେବେ ୯୩ ବର୍ଷିୟା ମହାରାଣୀଙ୍କ ଶାସନକାଳରେ ପ୍ରଥମଥର ଲାଗି ତାଙ୍କ ଜନ୍ମଦିନର ସମସ୍ତ ସମାରୋହକୁ ବନ୍ଦକରି ଦିଆଯାଇଥିବା ସେଥିରେ ଉଲ୍ଲେଖ କରାଯାଇଥିଲା। ତେବେ ମହାରାଣୀଙ୍କୁ ଫୋନ ଅବା ଭିଡିଓ କଲ ମାଧ୍ୟମରେ ଜନ୍ମଦିନ ଶୁଭେଚ୍ଛା ଜଣାଇ ପାରିବେ ବୋଲି ବକିଂହାମ ପ୍ୟାଲେସ ପକ୍ଷରୁ କୁହାଯାଇଛି। କରୋନା ଭାଇରସ କାରଣରୁ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦେଇ ଏଭଳି ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ, ବ୍ରିଟେନରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୧୪,୨୧୭ରେ ପହଞ୍ଚିଥିବା ବେଳେ ୧୫,୪୬୪ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି। ତେଣୁ ଦେଶରେ କରୋନା ସ୍ଥିତି ଗମ୍ଭିର ରହିଛି କହିଲେ ଚଳେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri