୬୯୮ ପ୍ରବାସୀଙ୍କୁ ନେଇ ଭାରତ ମୁହାଁ ଆଇଏନ୍‌ଏସ୍‌ ଜଲାଶ୍ୱ

ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମଣ ଯୋଗୁ ପୃଥବୀରେ ଅଚଳାବସ୍ଥା ଦେଖାଦେଇଛି। ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଅପରେଶନ୍‌ ସମୁଦ୍ର ସେତୁ ଅଭିଯାନ ଆରମ୍ଭ ହୋଇଛି। ଇତିମଧ୍ୟରେ ନୌସେନାର ଜାହାଜ ଆଇଏନ୍‌ଏସ୍‌ ଜଲାଶ୍ୱ ମାଳଦ୍ୱୀପର ମାଲେ ବନ୍ଦରରୁ ୬୯୮ ଭାରତୀୟଙ୍କ ନେଇ ଭାରତ ମୁହାଁ ହୋଇଛି। ଘର ବାହୁଡୁଥିବା ଭାରତୀୟଙ୍କ ମଧ୍ୟରେ ୫୯୫ ପୁରୁଷ ଏବଂ ୧୦୩ ମହିଳା ଅଛନ୍ତି। ସେମାନଙ୍କ ମଧ୍ୟରେ ୧୯ ଗର୍ଭବତୀ ମହିଳା ରହିଛନ୍ତି। ମେ ୧୦ରେ ଆଇଏନ୍‌ଏସ୍‌ ଜଲାଶ୍ୱ କୋଚି ବନ୍ଦରରେ ପହଞ୍ଚିବାର ସମ୍ଭାବନା ରହିଛି। ଆଇଏନ୍‌ଏସ୍‌ ଜଲାଶ୍ୱ ଏବଂ ଆଇଏନ୍‌ଏସ୍‌ ମଗର ସହାୟତାରେ ପ୍ରବାସୀ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହି ଦୁଇ ଜାହାଜ କେରଳର କୋଚି ଏବଂ ତାମିଲନାଡୁର ଟୁଟିକୋରିନ୍‌ ବନ୍ଦରରୁ ୨ ଥର ଲେଖାଏଁ ମାଳଦ୍ୱୀପ ଯାତ୍ରା କରିବେ। ମାଳଦ୍ୱୀପରୁ ୪୫୦୦ ଭାରତୀୟ ସ୍ବଦେଶ ଫେରିବାକୁ ପଞ୍ଜିକରଣ କରିଛନ୍ତି। ମାଳଦ୍ୱୀପରେ ପ୍ରାୟ ୨୭ ହଜାର ଭାରତୀୟ ରହିଛନ୍ତି। ଏସମ୍ପର୍କରେ ମାଳଦ୍ୱୀପରେ ଥିବା ଭାରତୀୟ ଉଚ୍ଚାୟୁକ୍ତ ସଞ୍ଜୟ ସୁଧୀର କହିଛନ୍ତି ଯେ, ରବିବାର ଆଇଏନ୍‌ଏସ୍‌ ମଗର ୨୦୦ ଭାରତୀୟଙ୍କୁ ନେଇ ମାଲେରୁ ଟୁଟିକୋରିନ୍‌ ଅଭିମୁଖେ ଯାତ୍ରା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri