୬ ଜିଲାରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ, ଅଗ୍ନିଶମ ବାହିନୀ ମୁତୟନ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ମହାବାତ୍ୟା ଅମ୍ଫନ୍‌କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ପ୍ରସ୍ତୁତି ସମ୍ପର୍କରେ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାର ବିପଦପୂର୍ଣ୍ଣ ଅଞ୍ଚଳରେ ରହୁଥିବା ଲୋକମାନଙ୍କୁ ନିକଟସ୍ଥ ବହୁମୁଖୀ ବାତ୍ୟା ଆଶୟସ୍ଥଳକୁ ସ୍ଥାନାନ୍ତର କରିବାକୁ ସମ୍ପୃକ୍ତ ଜିଲାର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୧୯ ତାରିଖ ଅପରାହ୍ନ ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟାକୁ ଶେଷ କରିବାକୁ କୁହାଯାଇଛି। ଡିଜିପି ଅଭୟ ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତକରି ସ୍ଥିତିର ସମୀକ୍ଷା କରିଛନ୍ତି। ପ୍ରଭାବିତ ଆଶଙ୍କା ଥିବା ଜିଲାଗୁଡ଼ିକର ପୌରାଞ୍ଚଳ ଏବଂ ଗ୍ରାମାଞ୍ଚଳଗୁଡ଼ିକରେ ଲଗାଯାଇଥିବା ସମସ୍ତ ହୋର୍ଡିଂକୁ ତୁରନ୍ତ ହଟାଇବାକୁ ପରାମର୍ଶ ଦିଆଯାଇଛି। ବାତ୍ୟା ମୁକାବିଲା ପାଇଁ ୨୦ଟି ଓଡ୍ରାଫ ଟିମ୍‌, ୧୯ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଏବଂ ୩୩୫ଟିି ଅଗ୍ନିଶମ ବାହିନୀ ୟୁନିଟ୍‌କୁ ପ୍ରସ୍ତୁତ ରଖାଯାଇଛି। ୬ଟି ଉପକୂଳବର୍ତ୍ତୀ ଜିଲାରେ ୧୩ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌, ୧୫ଟି ଓଡ୍ରାଫ ଟିମ୍‌ ଏବଂ ୨୧୭ ଅଗ୍ନିଶମବାହିନୀକୁ ମୁତୟନ କରାଯାଇଛି। ପ୍ରତ୍ୟେକ ବିପଦସଙ୍କୁଳ ଜିଲାକୁ ଅଗ୍ନିଶମ ଅଧିକାରୀ ଓ ଉପ ଅଧିକାରୀମାନଙ୍କୁ ଅଗ୍ନିଶମ ବାହିନୀର ସଂଯୋଜନା କରିବାକୁ ଦାୟିତ୍ୱ ଦିଆଯାଇଛି। ୧୦ଟି ଅଗ୍ନିଶମ ବାହିନୀରେ ୧୦୦ ଜଣଙ୍କୁ ପ୍ରସ୍ତୁତ ରଖାଯାଇଛି। ପ୍ରଭାବିତ ଆଶଙ୍କା ଥିବା ଅଞ୍ଚଳର ଡାକ୍ତରଖାନାଗୁଡ଼ିକରେ ଯଥେଷ୍ଟ ପରିମାଣର ଇନ୍ଧନ, ଔଷଧ, ସାପକାମୁଡା ଔଷଧ ମହଜୁଦ ରଖାଯାଇଛି। ବିପର୍ଯ୍ୟୟର ମୁବାକିଲା ତଦାରଖ ପାଇଁ ଜିଲା ଓ ବ୍ଲକ ସ୍ତରରେ ନୋଡାଲ ଅଧିକାରୀ ଚିହ୍ନଟ କରାଯାଇଛି। ଗୁରୁତର ରୋଗୀମାନଙ୍କୁ ଚିକିତ୍ସା ଯୋଗାଇ ଦେବାକୁ ମେଡିକାଲ ରିଲିଫ କେନ୍ଦ୍ର ଖୋଲିବାକୁ ଯୋଜନା କରାଯାଇଛି। ଶକ୍ତି ବିଭାଗ ପକ୍ଷରୁ ପ୍ରଭାବିତ ଜିଲା ପାଇଁ ନୋଡାଲ ଅଫିସର ନିଯୁକ୍ତ କରାଯାଇଛି। ଓପିଟିସିଏଲ ଏବଂ ଗ୍ରୀଡ୍‌କୋ ପକ୍ଷରୁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି। ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୧୨ଟି ଜିଲାରେ ଗ୍ରାମାଞ୍ଚଳ ପାନୀୟଜଳ ଯୋଗାଣ ପାଇଁ ୧୬୩ ଜେନେରେଟର ପ୍ରସ୍ତୁତ ରଖାଯାଇଛି। କୃଷି, ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ, ନଗର ଉନ୍ନୟନ ବିଭାଗ ପକ୍ଷରୁ ମଧ୍ୟ ପ୍ରସ୍ତୁତି କରାଯାଇଛି।
ସମସ୍ତ ଜିଲାପାଳ, ରାଜ୍ୟ ବିପର୍ଯ୍ୟୟ ପରିଚାଳନା ଟିମ୍‌ ଏବଂ ଅନ୍ୟାନ୍ୟ ଅଧିକାରୀଙ୍କ ନିକଟରେ ସାଟେଲାଇଟ ଟେଲିଫୋନ୍‌ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୬ଟି ଉପକୂଳ ଜିଲାରେ ଥିବା ଡିଜିଟାଲ ମୋବାଇଲ ରେଡିଓକୁ ପ୍ରସ୍ତୁତ ରଖାଯାଇଛି। ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟ, ଖୋର୍ଦ୍ଧା, ଯାଜପୁର ଓ କଟକରେ ଭି-ସ୍ୟାଟ୍‌ ଯୋଗାଯୋଗ ବ୍ୟବସ୍ଥା କରାଯାଇଛି। ବାତ୍ୟାରେ ଯେପରି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ନ ହେବ ସେଥିପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏ ନେଇ ସରକାର ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ବୋଲି ଏସ୍‌ଆର୍‌ସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ଯୋଜନା ବୋର୍ଡର ବୈଠକ: ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟ ଯୋଜନା ବୋର୍ଡର ଗୁରୁତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଅପରାହ୍ନ ସାଢ଼େ ୪ଟାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ:ସେସୁ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଜଗତ୍‌ସିଂହପୁର ଅଫିସ,୩୧ା୧୨ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସେସୁ ଜଗତ୍‌ସିଂହପୁର-୨ କନିଷ୍ଠ ଯନ୍ତ୍ରୀ ଦୀପ୍ତି ପ୍ରକାଶ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।...

ଘରୋଇ ହସ୍ପିଟାଲକୁ ମାଗଣାରେ ଟିକା

ଭୁବନେଶ୍ୱର,୭ା୫(ବ୍ୟୁରୋ):ସମଗ୍ର ଦେଶ ଏବେ ଘଡ଼ିସନ୍ଧି ମୁହୂର୍ତ୍ତ ଦେଇ ଗତିକରୁଛି। କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ିଚାଲିଛି। ଟିକା ନେବା ପାଇଁ ଲୋକମାନେ ବ୍ୟାକୁଳ ହେଉଛନ୍ତି। ଏହାକୁ...

ଘରେ ପଶିଲା ବନ୍ୟାଜଳ: ଖୋର୍ଦ୍ଧାରେ ୩୦ ହଜାର ଲୋକ ଜଳବନ୍ଦୀ

ଖୋର୍ଦ୍ଧା ଅଫିସ,୧୨।୯: ଖୋର୍ଦ୍ଧା ବ୍ଲକ ଓରବରସିଂ ପଞ୍ଚାୟତର ହିରିମୂଳ, ଡିହଖଳା, ଦୁର୍ଗାପୁର, ଓରବରସିଂ, ମଶାଣିଆ, ତେନ୍ତୁଳିମୂଳ, ରାୟପୁର, ବାଲିକୁଦା, ଲେଖନପୁର, କୃଷ୍ଣପୁର ଆଦି ୧୦ ଗଁ।...

ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ

ନିମାପଡ଼ା,୨୭-୧୧(ଡି.ଏନ୍‌.ଏ.):ନିମାପଡ଼ା ଏନ୍‌ଏସି ଅନ୍ତର୍ଗତ ୧୧ନଂ. ଓ୍ବାର୍ଡ ଅଞ୍ଚଳରେ ମଙ୍ଗଳବାର ଜଣେ ମହିଳା ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି। ସେ ଏବେ ଭୁବନେଶ୍ୱରର ଏକ...

କୁଖ୍ୟାତ ଲୁଟେରା ସୟିଦ, ସଦାମ ଗିରଫ

କଟକ ଅଫିସ,୨୭ା୫: ସହରର ଦୁଇ କୁଖ୍ୟାତ ଲୁଟେରାଙ୍କୁ ବୁଧବାର ଗିରଫ କରିଛି ଲାଲବାଗ ଥାନା ପୋଲିସ। ଏହି ଦୁଇ ଜଣ ହେଲେ ଓଡ଼ିଆ ବଜାରର ସୟିଦ...

ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବା ଆଶା ମଉଳିଲା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଚଳିତ ମାସ ତୃତୀୟ ସପ୍ତାହରେ ବିମାନ ଉଡ଼ାଣ କରିବ ବୋଲି ଯେଉଁ ଆଶା ରହିଥିଲା ତାହା...

ଖୋଲିଲା ପଞ୍ଚାୟତସ୍ତରୀୟ ଟିଏମ୍‌ସି ସେଣ୍ଟର

ରସାଳପୁର,୩୧।୩(ଡି.ଏନ୍‌.ଏ.)-ମହାମାରୀ କରୋନାକୁ ନେଇ ଏବେ ସାରା ବିଶ୍ୱ ଆତଙ୍କିତ। ଏଭଳି ପରିସ୍ଥିତିରେ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ...

Advertisement
Archives

Model This Week