୬ ଦଫା ଦାବିରେ ଓ୍ବାର୍ଡ ସଭ୍ୟଙ୍କ ଅନଶନ, ୧୧ ଦିନ ବିତିବା ସତ୍ତ୍ୱେ ପୂରଣ ହେଉନି ଦାବି

ହାଟଡିହୀ, ୭ା୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୬ ଦଫା ଦାବିନେଇ ୱାର୍ଡ଼ ସଭ୍ୟମାନେ ଅନଶନରେ ବସିଛନ୍ତି। ଦୁର୍ନୀତିର ଭିଜିଲାନ୍ସ ତଦନ୍ତ, ସରପଞ୍ଚ ଓ ପିଇଓଙ୍କୁ ବହିଷ୍କାର ସହ ଗିରଫ, କାର୍ଯ୍ୟକରି ପାଉଣା ମିଳୁ ନଥିବା, ପଞ୍ଚାୟତ ଅନୁଦାନକୁ କାର୍ଯ୍ୟ ନ କରି ଉଠାଇ ନେବା, ହେରଫେର ହୋଇଥିବା ଟଙ୍କା ପଞ୍ଚାୟତ ପାଣ୍ଠିକୁ ଫେରାଇ ଆଣିବା ପ୍ରମ୍ମୁଖ ଦାବିରେ ଅନଶନ ହେଉଛି। ଅନଶନକୁ ୧୧ଦିନ ପୂରିସାରଥିବା ବେଳେ ପ୍ରଶାସନିକସ୍ତରରେ ଦାବି ପୂରଣ ଦିଗରେ ପଦକ୍ଷେପ ନିଆଯାଇ ନ ଥିବା ଯୋଗୁ ଅସନ୍ତୋଷ ପ୍ରକାଶ ପାଇଛି। ଫଳରେ ଅନଶନକାରୀ ଚଳିତମାସ ୧୧ତାରିଖରୁ ଆମରଣ ଅନଶନରେ ବସିବେ ବୋଲି ନିଷ୍ପତ୍ତି ନେଇ ପ୍ରଶାସନକୁ ଅବଗତ କରାଇଛନ୍ତି। ମଝିରେ ବ୍ଲକ ଜିପିଓ ନବୀନ ଚନ୍ଦ୍ର ନାୟକ ଅନଶନସ୍ଥଳକୁ ଯାଇ ଅନଶନକାରୀଙ୍କ ସହ ଆଲୋଚନା କରିଥିଲେ। କିନ୍ତୁ ଅନଶନକାରୀ ଦାବି ପୂରଣ ନ ହେଲେ ଅନଶନରୁ ଉଠିବେ ନାହଁି ବୋଲି ଜିଦ୍‌ ଧରି ବସିଥିଲେ। ଅନଶନ ଯୋଗୁ ସମ୍ପ୍ରତି ହିତାଧିକାରୀଙ୍କୁ ଯୋଗାଣ ସାମଗ୍ରୀ ବଣ୍ଟନ ହୋଇପାରୁନାହିଁ। ଏଥିସହ କାନପୁର ଗ୍ରାମର ହିତାଧିକାରୀମାନେ ପ୍ରାୟ ୪ମାସ ହେବ ଯୋଗାଣ ସାମଗ୍ରୀ ପାଇ ନ ଥିବା ମାନବାଧିକାର କର୍ମୀ ବିଶ୍ୱରଞ୍ଜନ ପାଣିଗ୍ରାହୀ କହିଛନ୍ତି। ଜିପିଓ ନବୀନ ଚନ୍ଦ୍ର ନାୟକ କହିଛନ୍ତି ଯେ, ଅନଶନକାରୀଙ୍କ ଦାବି ଜିଲା ପ୍ରଶାସନକୁ ଜଣାଯାଇଛି। ଯାହା ନିର୍ଦ୍ଦେଶ ଆସିବ ସେହି ଅନୁସାରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri