୬ ପ୍ରତିଭାଧାରୀ ପାଇଲେ ଧନେଶ୍ୱର ରଥ ସ୍ମୃତି ସମ୍ମାନ

କଟକ ଅଫିସ, ୨୪।୯: ପୂଜ୍ୟପୂଜା ପରମ୍ପରାର ଭୂମିକା ଏବେ ବି ବଞ୍ଚିଛି। ପୂଜ୍ୟଙ୍କୁ ପୂଜା କରିବା ଏକ ମହତ୍‌ କାର୍ଯ୍ୟ। ଯିଏ ଜ୍ୟେଷ୍ଠ, ବରିଷ୍ଠ ଓ ଶ୍ରେଷ୍ଠ ସିଏ ସମାଜରେ ପୂଜ୍ୟ। ଯିଏ ପୂଜ୍ୟଙ୍କୁ ସମ୍ମାନ କରିବା ଶିଖିନାହିଁ ସେ ଅନ୍ୟମାନଙ୍କ ଦ୍ୱାରା ପୂଜିତ ହେବ ବା କାହିଁକି। ସାମାଜିକ କର୍ମୀ ସ୍ବର୍ଗତ ଧନେଶ୍ୱର ରଥଙ୍କ ୨୫ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଟାଙ୍ଗୀସ୍ଥିତ ଡ୍ରିମ୍‌ସ କଲେଜରେ ସୋମବାର ଅନୁଷ୍ଠିତ ପୂଜ୍ୟପୂଜା ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏ କଥା କହିଛନ୍ତି ସ୍ବାମୀ ସଦାନନ୍ଦ ସରସ୍ବତୀ। ଧନେଶ୍ୱର ରଥ ଫାଉଣ୍ଡେଶନର ଅଧ୍ୟକ୍ଷ ଇଂ. ଲଳିତ ମୋହନ ମିଶ୍ର ଏଥିରେ ସଭାପତିତ୍ୱ କରିଥିବାବେଳେ ଡ୍ରିମ୍‌ସର ପ୍ରତିଷ୍ଠାତା ଅଧ୍ୟକ୍ଷ ପ୍ରମୋଦ ଚନ୍ଦ୍ର ରଥ ସ୍ବାଗତ ଭାଷଣ ଦେଇଥିଲେ। ଏହି ଅବସରରେ ଫାଉଣ୍ଡେଶନ ପକ୍ଷରୁ ଶ୍ରୀଜଗନ୍ନାଥ ସଂସ୍ମୃତି ଗବେଷଣା କ୍ଷେତ୍ରରେ ଡ. ନରେଶ ଚନ୍ଦ୍ର ଦାସ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ଡ. ଅସିତ ମହାନ୍ତି, ଶିଳ୍ପାୟନ କ୍ଷେତ୍ରରେ ରୁଚି ଉଦ୍ୟୋଗର ପ୍ରତିଷ୍ଠାତା ଶରତ କୁମାର ସାହୁ, କଳା-ସାହିତ୍ୟ କ୍ଷେତ୍ରରେ ଶୈଳଭାମା ମହାପାତ୍ର, କ୍ରୀଡ଼ା କ୍ଷେତ୍ରରେ ଆନ୍ତର୍ଜାତିକ ଚେସ୍‌ ତାରକା ସାଇନା ସାଲୋନିକା ଏବଂ ଶିକ୍ଷା ଗବେଷଣା କ୍ଷେତ୍ରରେ ପ୍ରାଧ୍ୟାପକ ଡ. ସ୍ମରଜିତ୍‌ ବାରିକଙ୍କୁ (ମରଣୋତ୍ତର) ଧନେଶ୍ୱର ରଥ ସ୍ମୃତି ସମ୍ମାନ-୨୦୧୯ ପ୍ରଦାନ କରାଯାଇଥିଲା। ଡ. ବାରିକଙ୍କ ସ୍ତ୍ରୀ ଜୟଶ୍ରୀ ବାରିକ ଏହି ସମ୍ମାନ ଗ୍ରହଣ କରିଥିଲେ। ଏଥିସହ ସେବା ଓ କର୍ତ୍ତବ୍ୟ ନିଷ୍ଠା ଲାଗି ରାଷ୍ଟ୍ରପତି ପୁରସ୍କାର ପାଇଁ ମନୋନୀତ ହୋଇଥିବା ଟାଙ୍ଗୀ ଥାନାରେ କାର୍ଯ୍ୟରତ ଗୃହରକ୍ଷୀ ଲିଲି ପୃଷ୍ଟିଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଅତିଥିମାନଙ୍କ ଦ୍ୱାରା ସ୍ମରଣିକା ‘ଅମୃତ ଅନୁଭବ’ ଉନ୍ମୋଚିତ ହୋଇଥିବାବେଳେ ବିଭିନ୍ନ ବିଭାଗୀୟ ପରୀକ୍ଷାରେ ଟପ୍ପର ହୋଇଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଆବାହକ ନିରାକାର ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏଥିରେ ପ୍ରଶାସନିକ ନିର୍ଦ୍ଦେଶକ ବଳରାମ କର, ବରିଷ୍ଠ ନିର୍ଦ୍ଦେଶକ ପ୍ରଦୀପ୍ତ ଚନ୍ଦ୍ର ରଥ, କ୍ରୀଡା ନିର୍ଦ୍ଦେଶକ ନବ କିଶୋର ମିଶ୍ର, ନିର୍ଦ୍ଦେଶକ ଲୋକନାଥ ବେହେରା, ସାମାଜିକ କର୍ମୀ କୈଳାସ ଚନ୍ଦ୍ର ବରାଳ, ଭାଜପା ଜିଲା ସଭାପତି ଚୌଧୁରୀ ହେମନ୍ତ କୁମାର ସାହୁ, ଆଇନଜୀବୀ ବିଧୁଭୂଷଣ ଶତପଥୀ ଓ ଶ୍ୟାମ ପ୍ରକାଶ ସେନାପତିଙ୍କ ସମେତ ଅନେକ ବରିଷ୍ଠ ବ୍ୟକ୍ତି ଯୋଗଦେଇଥିଲେ। ଅଧ୍ୟାପକ ଡ. ଅଜିତ କୁମାର ମହାପାତ୍ର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri